Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୧୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଯେଉଁ କାମ ଆଜି ଆରମ୍ଭ କରିବେ ନିଶ୍ଚିତ ସଫଳ ହେବେ। କଷ୍ଟ ସ୍ବୀକାର ପୂର୍ବକ କାହାକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ବନ୍ଧୁମାନଙ୍କ ସହ ଆଲୋଚନା କ୍ରମେ ପୂର୍ବ ସ୍ଥିରୀକୃତ କାର୍ଯ୍ୟାରମ୍ଭ ହୋଇପାରେ।
ବୃଷ
ବୃଷ
ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହି ପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ। ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ଅବହେଳା ବଶତଃ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରି ନ ପାରି ଦୁଃଖ ଅନୁଭବ କରିବେ।
ମିଥୁନ
ମିଥୁନ
ଦିନଭରି ପରିଶ୍ରମଜନିତ ଅପରାହ୍ନରେ ଦେହଟା ଟିକିଏ ଭଲ ଲାଗି ନ ପାରେ। ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିବେ।
କର୍କଟ
କର୍କଟ
ସମସ୍ୟା ଲାଗି ରହିଥିଲେ ମଧ୍ୟ କେତେକ ନୂତନ ସୁବିଧା ସୁଯୋଗ ପାଇ ମନ ହାଲୁକା ହୋଇଯିବ। ବିଶ୍ୱସ୍ତ ଲୋକଙ୍କଠାରୁ କୌଣସି ଭୁଲ୍‌ ଖବର ପାଇ ବିବ୍ରତ ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ଧାତୁ, ଅଳଙ୍କାର, ଗୃହୋପକରଣ ଦ୍ରବ୍ୟ କ୍ରୟ କରିବେ।
ସି˚ହ
ସି˚ହ
ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି। ଅଫିସରେ ଚୁପ୍‌ଚାପ ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତି ସୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ବ୍ୟସ୍ତତା ଅନୁଭବ କରିବେ। ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁଗହଣରେ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି କେତେକ କାମ ଆରମ୍ଭ କରିପାରିବେ ନାହିଁ। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଚିନ୍ତା ଦୂର ହେବ। ହଠାତ୍‌ ଅପରାହ୍ନରେ ଜଣେ ବନ୍ଧୁଙ୍କ ଟାଣ କଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ଆଜି ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମ ସମ୍ପାଦନ କରିବେ। କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହେବେ। ଅଫିସରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମୟିକ ମନ୍ଥର କରିପାରେ।
ବିଛା
ବିଛା
ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କାମରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଇଚ୍ଛା ଅନୁଯାୟୀ କାମଗୁଡିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତିରେ ସଫଳତା ପାଇବେ।
ଧନୁ
ଧନୁ
ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ନିଜର ଲୋକମାନଙ୍କ ସହ ଯୁକ୍ତିତର୍କ କରିବେ। ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ପରେ ବେଶି ହଇରାଣ ହୋଇପାରନ୍ତି। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେଇପାରନ୍ତି।
ମକର
ମକର
ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବେ ଆଜି ସମାଧାନ ହୋଇଯିବ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲିହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ଲାଗିରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ସବୁ କିଛି ଠିକ୍‌ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅଧିକାଂଶ ସମୟ ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ମୀନମୀନ
ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଧାତୁ, ଅଳଙ୍କାର ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?