Posted inRasifala

ରାଶିଫଳ: ଶୁକ୍ରବାର , ଜୁନ୍ ୨୪ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ସହ ରାହୁଙ୍କ ସଂଯୋଗ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିବେ। ଦୀର୍ଘ ଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ଆନ୍ଦୋଳିତ କରିବ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରିବାରରେ ପରସ୍ପରକୁ ସନ୍ଦେହ କରିପାରନ୍ତି।
ବୃଷ
ବୃଷ
ବୁଧଙ୍କ ସହ ମଙ୍ଗଳ ହେତୁ ବିଭିନ୍ନ ପ୍ରକାରର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ସରକାରୀ ସ୍ତରରୁ ଅର୍ଥସମ୍ବନ୍ଧିତ ଖବରଟି ପାଇ ମନ ଖୁସୀ ହୋଇଯିବ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
ପାପଯୁକ୍ତ ଚନ୍ଦ୍ର ହେତୁ କାମଗୁଡ଼ିକ ଅଟକିରହିଥିବା କାରଣରୁ ଅନ୍ୟମନସ୍କ ରହିପାରନ୍ତି। କୌଣସି ନୂତନ କାର୍ଯ୍ୟରେ ଯୋଗଦେଇପାରନ୍ତି। ବନ୍ଧୁ ମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇବେ। ଯାନ ବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ରାହୁଚନ୍ଦ୍ର ହେତୁ ମାନସିକ ଚାପ ବୃଦ୍ଧି କାରଣରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ଆଜିର ଆନୁଷ୍ଠାନିକ କାମଗୁଡିକ ସଂପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ।
ସି˚ହ
ସି˚ହ
ଏକାଦଶସ୍ଥ ରବିଙ୍କ ଯୋଗୁ ଯେଉଁ କାମରେ ହାତ ଦେବେ ଅବଶ୍ୟ ସଫଳତା ପାଇବେ। ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡାନୁଭବ କରିବେ।
କନ୍ୟା
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇଯିବାରୁ ସାମୟିକ ଖୁସୀ ରହିବେ। ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ପୂର୍ବ ଯୋଜନାନୁଯାୟୀ ଆମତ୍ୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡି ଯାଇପାରେ।
ତୁଳା
ତୁଳା
ପାପଯୁକ୍ତ କର୍ମାଧିପତି ହେତୁ ପ୍ରତିବନ୍ଧକର ମଧ୍ୟ ସମ୍ମୁଖୀନ ହେବାକୁ ପଡିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବାକୁ ପଡ଼ିପାରେ। ବାଣିଜ୍ୟ, ପରିବହନ, ପ୍ଲଟିଙ୍ଗ କାରବାର, ଆଲୋଚନା ଓ କଚେରି ମାମଲାରେ ଶୁଭ ଫଳ ପାଇବେ।
ବିଛା
ବିଛା
କିଛି ଅସୁବିଧା ନ ଥିଲେ ମଧ୍ୟ ଶନିଙ୍କ ଯୋଗୁ ଘରୋଇ କାମକୁ ନେଇ ମନ ବିଚଳିତ ରହିବ। ସହକର୍ମୀଙ୍କ ସହ ସଦ୍‌ଭାବ ବୃଦ୍ଧି ହୋଇପାରେ, ଯାହା କି ପରକ୍ଷଣରେ ଦରକାରରେ ଆସିବ। ବାରମ୍ବାର ସ୍ବାସ୍ଥ୍ୟ ଖରାପ ରହୁଥିବାରୁ ତାହାର ସ୍ଥାୟୀ ସମାଧାନ କରିବା ଭଲ ହେବ। ପାରିବାରିକ ସମସ୍ୟା ନେଇ ମାନସିକ ଅସ୍ଥିରତା ସୃଷ୍ଟି ହେବ।
ଧନୁ
ଧନୁ
ଭୁଲ୍‌ ନିଷ୍ପତ୍ତି ନେଇ ପରକ୍ଷଣରେ ଅନୁତାପ କରିବାକୁ ପଡିବ। ଛୋଟ ଛୋଟ କଥାକୁ ବୃହଦାକାରରେ ଚିନ୍ତାକରି ସମସ୍ୟାକୁ ବଢାଇ ଦେଇପାରନ୍ତି। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅଫିସ୍‌ରେ କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ମକର
ମକର
ମଙ୍ଗଳ ଓ ବୁଧଙ୍କ ସଂଯୋଗରୁ ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରସ୍ପର ମତପାର୍ଥକ୍ୟ କାରଣରୁ ପାରିବାରିକ ଶାନ୍ତି ପାଇବେ ନାହିଁ।
କୁମ୍ଭ
କୁମ୍ଭ
ସ୍ବଗୃହୀଶନି ହେତୁ ଯେଉଁ କାମ ହାତକୁ ନେଇଛନ୍ତି ତାହା ସମ୍ପନ୍ନ ହେବାରେ ଅସୁବିଧା ହେବନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡିବା ପାଇଁ ଚିନ୍ତା କରିବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିପାରନ୍ତି।
ମୀନମୀନ
ରବିଙ୍କ ସ୍ଥାନ ସ୍ଥିତିଜନିତ ପାରିବାରିକ ସ୍ଥିତିରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri