Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୩୦ ତାରିଖ – Daily Horoscope

ମେଷ
ଆଜି ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ଆଦର ପାଇ ମନର ଦୁଃଖକୁ ଲାଘବ କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କିମ୍ବା ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସତ୍‌ସଙ୍ଗ, ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ। ସ୍ତ୍ରୀଙ୍କ ଅମନୋଯୋଗୀ ଓ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ବୃଷ
ବୃଷ
ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ। ଏହା ସାଙ୍ଗକୁ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିପାରେ।
ମିଥୁନ
ମିଥୁନ
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବହୁତ ଖର୍ଚ୍ଚାନ୍ତ ହେବେ। ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି କିମ୍ବା ହିତୈଷୀଙ୍କ ସୁନଜରରେ ଆସିବା ସମ୍ଭାବନା ରହିଛି। ଅଶ୍ଳେଷା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ଖର୍ଚ୍ଚ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ସି˚ହ
ସି˚ହ
ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ନିଜର ବିଚକ୍ଷଣତା ପ୍ରଭାବରେ ଆଲୋଚନା ପରିସରରେ କିମ୍ବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ସକାଳୁ ସକାଳୁ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୂରେଇ ରହିବେ। ଆମତ୍ୀୟସ୍ବଜନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଆଇନ ଅଦାଲତରୁ ସୁଫଳ ପାଇବେ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନକରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ଅତୀତ ଘଟଣାକୁ ମନରେ ସ୍ଥାନ ଦେବା କାରଣରୁ ଦୁର୍ଭାବନା ବଢ଼ିଚାଲିବ। ମାନସିକ ଅସ୍ଥିରତା ଭିତରେ ଅପ୍ରିୟ ସତ୍ୟ କହି ବିବାଦୀୟ ହୋଇପାରନ୍ତି। ଅଧସ୍ତନ କର୍ମଚାରୀଙ୍କ ମନମୁଖି ଚିନ୍ତାଧାରା କେତେ ନୂତନ ସମସ୍ୟା ସୃଷ୍ଟି କରିପାରେ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟ କରିବାରେ ସହାୟକ ହୋଇପାରେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇ ପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷା ଜନିତ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ନୂତନ ଧାତୁ, ଅଳଙ୍କାର, ବସ୍ତ୍ରଭୂଷଣାଦି ଲାଭ କରିବାର ସୁଯୋଗ ପାଇବେ।
ମକର
ମକର
ସମସ୍ୟା ଲାଗି ରହିବା ହେତୁ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟିର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସାମୟିକ ସମସ୍ୟା ଲାଗି ରହିବ। ଦୂର ବନ୍ଧୁଙ୍କଠାରୁ ସୁସମ୍ବାଦ ପାଇବେ।
କୁମ୍ଭ
କୁମ୍ଭ
ନିଜ ପରିସରର ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲିଲେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିର ବ୍ୟବସାୟ, ବାଣିଜ୍ୟ ପ୍ରତିବନ୍ଧକ ମୁକ୍ତ ରହିବ। ବନ୍ଧୁମାନେ ଠିକ ଖବର ଦେବାରେ ହେଳା କରିପାରନ୍ତି, ଏହା ଉଦ୍‌ବେଗର କାରଣ ହୋଇପାରେ।
ମୀନମୀନ
ସମ୍ଭାବ୍ୟ ଅଘଟଣକୁ ବୁଦ୍ଧିମତ୍ତାର ସହ ଟାଳିଦେଇ ପାରିଥିବାରୁ ଟେନସନ୍‌ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସିରେ ଅତିବାହିତ ହେବ। ନିଜର ଅନ୍ତରଙ୍ଗ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri