Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୮ ତାରିଖ – Daily Horoscope

ମେଷ
କର୍ମାଧିପତିଙ୍କ ବଳବାନତ୍ୱ ପ୍ରଭାବରୁ ଆଜି ହଠାତ୍‌ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହୋଇଯିବ। ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କିନ୍ତୁ ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତ ବ୍ୟକ୍ତିଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ବୁଧାଦିତ୍ୟ ଯୋଗ ପ୍ରଭାବରୁ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ। ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ଫଳରେ ବିବାଦୀୟ ଘଟଣାର ଅବସାନ ଘଟିବ। ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଆକସ୍ମିକ ଭାବେ ପରିଜନଙ୍କ ସହିତ ସୁଖଭ୍ରମଣ ଯୋଗ ରହିଛି।
ମିଥୁନ
ମିଥୁନ
ଆଜିର ଚନ୍ଦ୍ର ମନ୍ତ୍ରଣା ସ୍ଥାନରେ ପାପଯୁକ୍ତ ହୋଇ ଅବସ୍ଥାନ କରିଥିବା କାରଣରୁ ନୈରାଶ୍ୟତା ଅନୁଭବ କରିବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ।
କର୍କଟ
କର୍କଟ
ଆଜିର ଗ୍ରହସ୍ଥିତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ଦୀର୍ଘଦିନର ସ୍ଥଗିତ କାମକୁ ଆରମ୍ଭ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବେ। କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
ସି˚ହ
ସି˚ହ
ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ଦିଗରୁ ଶୁଭଫଳ ପାଇବେ। ଗୁରୁଙ୍କ ପ୍ରଭାବରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ବନ୍ଧୁଙ୍କ ସହ ଆଲୋଚନାର ଅବସର ପାଇବେ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କନ୍ୟା
ଧନସ୍ଥାନ ପାପଯୁକ୍ତ ହେତୁ ଧନହାନିର ସମ୍ଭାବନା ରହିଛି। କାମଗୁଡ଼ିକ ଆଜି ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ। ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପାଜନିତ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
କେତୁଯୁକ୍ତ ଚନ୍ଦ୍ର ପ୍ରଭାବରେ ଆଜି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତି କାରଣରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହାକି କାମକୁ ଆସିବ। ଜମିଜମା କାରଣକୁ ନେଇ କୌଣସି ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ। ବହୁତ ବିଳମ୍ବ ହେଲେ ମଧ୍ୟ ପ୍ରାପ୍ୟ ହାସଲ କରିବା ହେତୁ ଖୁସି ରହିବେ।
ଧନୁ
ଧନୁ
ଶନି ତୃତୀୟସ୍ଥ ହେତୁ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି। ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରାତଃଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ମକର
ମକର
ଆଜି ବୁଧାଦିତ୍ୟ ଯୋଗଜନିତ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ଘରେ ବନ୍ଧୁ ମିଳନଜନିତ ଆମୋଦ ପ୍ରମୋଦର ସୁଅ ଛୁଟିବ। ମନ ବୁଝିଲାଭଳି କଥା କହି ପଡ଼ୋଶୀମାନେ କାର୍ଯ୍ୟ ହାସଲ କରିନେଇପାରନ୍ତି। ଧନିଷ୍ଠାର ସମସ୍ୟା ସୃଷ୍ଟି ହେବା କାରଣରୁ ପୂର୍ଣ୍ଣାଙ୍ଗ ହେବାକୁ ଥିବା କାମଟି ଅସମ୍ପୂର୍ଣ୍ଣ ରହଯିବ।
କୁମ୍ଭ
କୁମ୍ଭ
ରାହୁମଙ୍ଗଳଜନିତ କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ପୂର୍ବଭାଦ୍ରପଦ ନକ୍ଷତ୍ରର ସାମାନ୍ୟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ଅତିବାହିତ ହେବ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି ଓ ପ୍ରଶାସନ ପାଇଁ ଭଲ।
ମୀନମୀନ
ଶନିଦୃଷ୍ଟ ମଙ୍ଗଳ ହେତୁ ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରି କର୍ମମୁଖର ରହିବେ। ଅନ୍ୟମାନଙ୍କ କଥାକୁ ଗୁରୁତ୍ୱ ନ ଦେଇ କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?