Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବାରେ କୌଣସି ଅସୁବିଧା ରହିବନାହିଁ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ ହାସଲ କରିବେ । ଦ୍ୱିଜା ନକ୍ଷତ୍ର କେତେକ ସାରଗର୍ଭକ ପରାମର୍ଶ ଦେଇ ବନ୍ଧୁମାନଙ୍କ ପ୍ରିୟଭାଜନ ହେବେ। ଆକସ୍ମିକ ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ପ୍ରତିଟି ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ ସମାଧାନ କରିବେ। ସାମାଜିକ ସ୍ତରରେ, ଶୁଭକାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେଇ ପ୍ରଶଂସିତ ହୋଇପାରନ୍ତି। ନିଜ ମତକୁ ସାବ୍ୟସ୍ତ କରିବାକୁ ଯାଇ ସମାଲୋଚିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ।
ମିଥୁନ
ମିଥୁନ
ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଓ ସଫଳତା ମଧ୍ୟ ପାଇବେ । ଅଯଥା ତର୍କ ନ କରି ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ପରିବାରରେ ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ।
କର୍କଟ
କର୍କଟ
ଆଜିର ପ୍ରତ୍ୟେକ କାମ ଅସ୍ଥିରତା ମଧ୍ୟରେ ଅବ୍ୟବସ୍ଥିତ ରହିବ। ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ଆଶା ରହିଛି । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଅସ୍ଥିରତା କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ । ବାରମ୍ବାର କାନକୁହା କଥା ଶୁଣି ଆପଣଙ୍କ ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ । ବ୍ୟବସାୟରେ ସମସ୍ୟା ଗୁରୁତର ଆକାର ଧାରଣ କରିବ ଓ କ୍ଷତିରେ ପଡ଼ିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆନନ୍ଦିତ ରହିବେ ।
ତୁଳା
ତୁଳା
ବିଗତ ଦିନରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ସମାଧାନ ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଆଜିର ଜୀବନଚର୍ଯ୍ୟାରେ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ବିଛା
ବିଛା
ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ସଙ୍ଗୀତ, ଆଲୋଚନା, ଧର୍ମଚର୍ଚ୍ଚାରେ ସୁନାମ ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ଆନୁଷଙ୍ଗିକ ସହଯୋଗ ମଧ୍ୟ ମିଳିବ।
ଧନୁ
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟର ସୁଯୋଗ ପାଇବେ। କଚେରି ମାମଲାରେ ଆଇନଜ୍ଞଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି।
ମକର
ମକର
ଆଜି ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କୁମ୍ଭ
କୁମ୍ଭ
ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବାକୁ ପଡ଼ିପାରେ। ଶୃଙ୍ଖଳା ରକ୍ଷା କରିବା ପାଇଁ ବନ୍ଧୁମାନଙ୍କ ସାହାଯ୍ୟ ଦରକାର କରିପାରନ୍ତି । କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହ କଳହ କାରଣରୁ ଦୁଶ୍ଚିନ୍ତା ବଢ଼ିଯାଇପାରେ । ପଡ଼ୋଶୀ ବନ୍ଧୁଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ।
ମୀନମୀନ
ଆଜି ନିଜ କାମ ପଛକୁ ପକାଇ ଅନ୍ୟର କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅତୀତ କଥାକୁ ନେଇ ଗୁଡ଼ାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri