Posted inRasifala

ରାଶିଫଳ: ଶୁକ୍ରବାର , ଜୁଲାଇ ୨୨ ତାରିଖ – Daily Horoscope

ମେଷ
ଆଜି କୌଣସି ବନ୍ଧୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପାଖ ପଡ଼ୋଶୀଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ କଟାଇବେ।
ବୃଷ
ବୃଷ
ସାଧାରଣ କଥାରେ ଉତେଜିତ ହୋଇପଡ଼ିବା ଦ୍ୱାରା ସମସ୍ୟା ବଢ଼ିବ ସିନା କମିବ ନାହିଁ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ରହିପାରନ୍ତି । ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ବାଣିଜ୍ୟ,ବ୍ୟବସାୟରେ ସଫଳତା ହାସଲ କରିବା କଷ୍ଟକର ହୋଇପଡ଼ିବ।
ମିଥୁନ
ମିଥୁନ
ଦ୍ୱିତୀୟସ୍ଥ ବୁଧ ପ୍ରଭାବରେ ବ୍ୟବହାରରେ ନିୟନ୍ତ୍ରଣ ନ ରଖିଲେ ପ୍ରତ୍ୟେକ କାମରେ ବ୍ୟତିକ୍ରମ ଲାଗିରହିବ। ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର ଲାଗି ମନ ବଳାଇପାରନ୍ତି। ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି । ସାମାଜିକ ସ୍ତରରେ ମନ ବୁଝିଲା ଭଳି କଥା କହି ଅନ୍ୟକୁ ଆପଣାର କରିପାରନ୍ତି। ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟା କରିବେ ।
ସି˚ହ
ସି˚ହ
ପରିସ୍ଥିତିରେ ପଡ଼ି ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରିବାକୁ ପଡ଼ିବ। ପାରିବାରିକ ସମସ୍ୟା ସୁଧାରିବାକୁ ଯାଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ଅଫିସ କାମରେ ଯେସାକୁ ତେସା ନୀତିରେ କାମ କରି ସମାଲୋଚିତ ହୋଇପାରନ୍ତି । ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିପାରନ୍ତି ।
ତୁଳା
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଶିଳ୍ପ, ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ଚିତ୍ରା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
ବିଛା
ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ନିଜର ପାଖ ଲୋକମାନେ ଈର୍ଷାପରାୟଣ ହୋଇ ଅପପ୍ରଚାର କରିପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜି ଆପଣଙ୍କୁ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ । ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ବିବାଦୀୟ ଘଟଣା ଆପୋସ ଆଲୋଚନା ଦ୍ୱାରା ସମାଧାନ ଘଟିବ। ଉତ୍ତରାଷାଢ଼ା ନକ୍ଷତ୍ର ଆଜି ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ସୃଷ୍ଟି କରିପାରନ୍ତି।
ମକର
ମକର
ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ । ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ବନ୍ଧୁମାନଙ୍କ ସହଯୋଗରେ ଦୀର୍ଘଦିନରୁ ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବଦ୍ରଷ୍ଟା ଭଳି କାମ କରିବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ
ନିଜର ବୁଦ୍ଧିମତ୍ତାର ପରିଚୟ ଦେଇ ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରି ପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri