Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ
ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ଲାଗି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ଶାରୀରିକ ଏବଂ ମାନସିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ସୂଚନା ରହିଛି।
ବୃଷ
ବୃଷ
ବୁଧ ଦୁଃସ୍ଥାନରେ ରହିଥିବାରୁ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହେବ। ସମ୍ପର୍କୀୟଙ୍କ ଚକ୍ରାନ୍ତରୁ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ କିନ୍ତୁ ପରିବହନ ସମସ୍ୟା ବହୁଳ ହେବ। ପାରିବାରିକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇ ଭାତୃ ସମ୍ପର୍କରେ ଅବନତି ଘଟିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି। ବାଣିଜ୍ୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ସ୍ତରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ଶନିଙ୍କ ପ୍ରଭାବରୁ ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ।
କର୍କଟ
କର୍କଟ
କର୍ମାଧିପତିଙ୍କ ପ୍ରଭାବରେ ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟା ସୁଧାରି ନେବେ। ଶନିଙ୍କ ପ୍ରଭାବରୁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭଲ କାମ କଲେ ମଧ୍ୟ ଆମତ୍ୀୟଙ୍କ କଟୁ ସମାଲୋଚନାର ପାତ୍ର ହେବେ। ଆଜିର ଯାତ୍ରା, ବାଣିଜ୍ୟ, ଆନୁଷ୍ଠାନିକ କାମ ସକାଶେ ଦିନଟି ବହୁତ ଭଲ ରହିବ।
ସି˚ହ
ସି˚ହ
ଚତୁର୍ଥସ୍ଥ ଚତୁଃଗ୍ରହ ଯୋଗରୁ ପାରିବାରିକ ସ୍ତରରେ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାରେ ବିଳମ୍ବ ଘଟିବାର ସୂଚନା ରହିଛି। ଗତକାଲିର ଯୋଜନା ଠିକ୍‍ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ଆଶଙ୍କା ରହିଛି।
କନ୍ୟା
ସପ୍ତମସ୍ଥ ପାପଗ୍ରହ ଯୋଗୁ ଆଜି ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଯଥାସମ୍ଭବ କମ୍‍ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିପାରିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‍ ଦେବାକୁ ପଡ଼ିପାରେ। କାମରେ ବିଫଳତା ଦେଖି ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଉପହସିତ ହେବାକୁ ପଡ଼ିପାରେ।
ତୁଳା
ତୁଳା
କର୍ମ କ୍ଷେତ୍ରରେ ଯାହା ଯେମିତି କଲେ ମଧ୍ୟ ସମାଲୋଚନାର ପାତ୍ର ହେବେ। ରାହୁଜନିତ ପିଲାଙ୍କ କଳହକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଯାତ୍ରା, ବାଣିଜ୍ୟ, ସଭାସମିତି, ରାଜନୀତି, ପ୍ରଶାସନ ପାଇଁ ଭଲ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ରାଜଯୋଗ ହେତୁ ଦୀର୍ଘଦିନରୁ ରହିଥିବା ଅବସୋସ ଆଜି ପରିପୂର୍ଣ୍ଣତା ଲାଭ କରିବ। ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବାର ସୂଚନା ରହିଛି। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବା ସାଙ୍ଗକୁ ପରିବାର ସହ ଭ୍ରମଣ ସୁଯୋଗ ଜୁଟିବ।
ଧନୁ
ଧନୁ
ଆର୍ଥିକ ଦୁଃସ୍ଥିତି ମାନସିକ ସ୍ତରକୁ ସଙ୍କୁଚିତ କରି ରଖିବା ସାଙ୍ଗକୁ କାର୍ଯ୍ୟରେ ଅଗ୍ରଗତିକୁ ରୋକି ଦେଇପାରେ। ସବୁ କାମରେ ପଛୁଆ ହେତୁ ନିଜକୁ ଅପାରଗ ମନେକରିପାରନ୍ତି। ଯେତେ ପାଇଲେ ମଧ୍ୟ ମନରେ ସନ୍ତୋଷ ଆସିବ ନାହିଁ। ଘର ସାଜସଜ୍ଜାରେ ସମୟ ଅତିବାହିତ କରିବେ ଏବଂ ଅପରାହ୍ନେ ଶୁଭ ଖବର ପାଇ ଖୁସି ହେବେ।
ମକର
ମକର
ମଙ୍ଗଳଙ୍କ ସ୍ଥିତିଜନିତ ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁ ସାହାଯ୍ୟ କରିବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବା ସାଙ୍ଗକୁ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ରୋଗ, ଋଣ ଓ ଶତ୍ରୁପୀଡ଼ାଜନିତ ଟେନ୍‍ସନ ଲାଗି ରହିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିରତା ଅନୁଭବ କରିପାରନ୍ତି। ଏକାଧିକ ଗ୍ରହଜନିତ କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବେ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଘଟଣା ବିବ୍ରତ କରିପାରେ। ଆଲୋଚନା ପରିସରରେ ଯୁକ୍ତିତର୍କ କରି ପରିସ୍ଥିତିକୁ ଜଟିଳ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସୁବିଧା ସୁଯୋଗ ପାଇ କାମ ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ରାଜନୀତି, ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ। ପରିବାରରେ ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।

 

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

ରାଶିଫଳ: ଶନିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି, ସ୍ବାସ୍ଥ୍ୟ, ପରିବାର ,ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବ ପକାଇବ। ପାରିବାରିକ ଅସ୍ଥିରତା, ଦୈହିକ ଓ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବୃହସ୍ପତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri