Posted inRasifala

ରାଶିଫଳ: ରବିବାର, ଫେବୃୟାରୀ ୭ ତାରିଖ– Daily Horoscope

ମେଷ
କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ। ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ଆଜି ଦିନସାରା ମନ ଭଲ ରହିବ ଏବଂ ବହୁତ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହେବ। କିନ୍ତୁ ଆରଦ୍ରା ନକ୍ଷତ୍ରର କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ସକାଶେ କର୍ମମୁଖର ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ।
କର୍କଟ
କର୍କଟ
ଆଜି ହସଖୁସିରେ ସମୟ କଟାଇବେ ଏବଂ ବନ୍ଧୁ ମାନଙ୍କ ସାହାଯ୍ୟରେ କାମ ହାସଲ କରିବେ। ଅତୀତ କଥାକୁ ଚିନ୍ତା କରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଶିଳ୍ପ,ବ୍ୟବସାୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ସାମୟିକ ଚିନ୍ତିତ ରହିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ଶେଷରେ କିଛି ପାଇବେ। ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ମାତ୍ର ସାବଧାନ ରହିବା ଭଲ ହେବ କାରଣ ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ଶିଳ୍ପ,ବାଣିଜ୍ୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ମାଗଣାରେ କୌଣସି କାମ କରିବା ସମ୍ଭବପର ହେବ ନାହିଁ, ବରଂ କିଛି ଦେଇ କାମ ହାସଲ କରିପାରିବେ। ଯେତିକି ପାଇବେ ତାହାଠାରୁ ଅଧିକ କିଛି ବ୍ୟୟ କରିବାକୁ ବାଧ୍ୟ ହେବେ। ତଥାପି ପୂର୍ବ ପ୍ରସ୍ତୁତି ନ ଥାଇ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇ ପାରନ୍ତି। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ।
ତୁଳା
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହେବ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ହୋଇପାରେ। ବନ୍ଧୁଙ୍କ ସାହାଯ୍ୟରୁ ଅର୍ଥଲାଭ ଓ ବନ୍ଧୁ ମିଳନ ଅବଶ୍ୟ ଘଟିବ କିନ୍ତୁ ସ୍ବାସ୍ଥ୍ୟ ସମସ୍ୟାକୁ କେନ୍ଦ୍ରକରି ଚିନ୍ତିତ ରହିବେ।
ବିଛା
ବିଛା
ମନଇଚ୍ଛା କାମ କରିଚାଲନ୍ତୁ ସାଧାରଣ ବ୍ୟତିକ୍ରମ ଦେଖାଗଲେ ମଧ୍ୟ କାମ ଅଟକିବ ନାହିଁ; ଯାହାକୁ ଅତି ଭଲ ପାଉଛନ୍ତି ତାହାଠାରୁ ପ୍ରତିଦାନ ପାଇବା କଷ୍ଟକର ହୋଇପଡିବ। ଆଲୋଚନା ପରିସରରେ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାଖ ପଡୋଶୀ କିମ୍ବା ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେବେ। ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ। ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ନିକଟ ସମ୍ପର୍କୀୟମାନଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ। ବନ୍ଧୁମାନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ରପ୍ତାନି କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ବହୁତ ଦିନହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ। ହଠାତ୍‌ ଜଣେ ବନ୍ଧୁ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ବିବାଦୀୟ ଘଟଣା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ।
ମୀନମୀନ
ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। କିନ୍ତୁ ବନ୍ଧୁ ମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଶାସ୍ତ୍ରାଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri