Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୭ ତାରିଖ – Daily Horoscope

ମେଷ
ଶନି ଏବଂ ମଙ୍ଗଳଙ୍କ ଯୋଗୁ ଆଜି ପ୍ରତ୍ୟେକ କ୍ଷେତ୍ରରେ ଗରମ ମିଜାଜରେ କାମ କରିବାକୁ ପଡିବ। କାର୍ଯ୍ୟ ହାସଲ କରିବାରେ ସଫଳ ହେବେ କିନ୍ତୁ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଆପୋଷ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପୂର୍ବରାଗକୁ ସ୍ମରଣ କରି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ

ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ରୋହିଣୀ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ। ସକାଳୁ ସକାଳୁ ଘରେ ଅସାବଧାନତା ବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅତୀତ ଘଟଣା କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।

ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ସମୟ ସୁବିଧାକୁ ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ଉପକୃତ ହେବେ। ବିବାଦୀୟ ଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ବାଧ୍ୟବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟରୁ କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍‌ଫୁଲ୍ଲିତ ହେବେ। ଅଶ୍ଳେଷା ନକ୍ଷତ୍ର ବାଣିଜ୍ୟ,ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ସଂଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ସି˚ହ
ସି˚ହ
ଦିନ ମଧ୍ୟରେ ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ ନାହିଁ। ଉତ୍ତରାଫାଲଗୁନୀ ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ପୁରାତନ ଜିନିଷ ବିକ୍ରୟକରି ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ସ୍ବାତି ନକ୍ଷତ୍ରର ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ। ଆଜିର ଫେରନ୍ତା ରାସ୍ତାରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ଆପଣଙ୍କ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। କିନ୍ତୁ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ଜ୍ୟେଷ୍ଠା ନକ୍ଷତ୍ରର କୂଟନୈତିକ କାର୍ଯ୍ୟାନୁସରଣରେ ସାମାଜିକ ପ୍ରତିଷ୍ଠା ବଢିବ। ଉଚ୍ଚବର୍ଗଙ୍କ ସହାୟତା ଲାଭକରି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିପାରନ୍ତି।
ଧନୁ
ଧନୁ
ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇ କାମ ହାସଲ କରିବାରେ ସମର୍ଥ ହେବେ। ମୂଳା ନକ୍ଷତ୍ର ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଆର୍ଥିକ ସ୍ଥିତି ଭଲ ଥିଲେ ମଧ୍ୟ ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ।
ମକର
ମକର

ଗତକାଲିର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ସଭାସମିତି, ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶ୍ରବଣା ନକ୍ଷତ୍ରର ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ। ଶତ୍ରୁ ଉପଦବ୍ର ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ।

କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ। ଶିକ୍ଷାକ୍ଷେତ୍ର, ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ଶତଭିଷା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।
ମୀନମୀନ

କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଲେଖାପଢ଼ା ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଉତ୍ତରଭାଦ୍ରବ ନକ୍ଷତ୍ର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ପରିବାରରେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri