Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ । କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି,ଏଣୁ ସତର୍କ ରହିବା ଭଲ ।
ବୃଷ
ବୃଷ

କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆଜି ଆପଣ ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି । ସଭାସମିତି ଏପରି କି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ପ୍ରତ୍ୟେକ ଦିଗ ଅନୁକୂଳ ରହିବ । ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ କିଛିଟା ସମସ୍ୟାର ସମ୍ମୁଖୀନ ହେବେ ।

ମିଥୁନ
ମିଥୁନ
ଟଙ୍କା ପଇସାର ଭୁଲ୍‌ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ, ଦେବା ନେବା କ୍ଷେତ୍ରରେ ଝମେଲାର ଆଶଙ୍କା ରହିଛି । ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ । ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ପାଇବେ ।
କର୍କଟ
କର୍କଟ
ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଆହୁରି ବହୁତ ସମୟ ଲାଗିପାରେ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବ ।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ଆପଣଙ୍କ କାମକୁ ସହଜରେ କରାଇ ଦେବନାହିଁ । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନ ପାରେ । ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ ।  ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ ।
କନ୍ୟା
ଆଜି ଆପଣ ଯାହାକୁ ଯାହା କହିବେ କିମ୍ବା କରିବେ ସବୁ ଭାବିଚିନ୍ତି କରନ୍ତୁ, ନତୁବା ପରିସ୍ଥିତି ଭିନ୍ନ ରୂପ ପରିଗ୍ରହ କରିବ । ବନ୍ଧୁଙ୍କ ସହାୟତାରେ ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ହସ୍ତା ନକ୍ଷତ୍ର ଉନ୍ନତ ଚିନ୍ତା ଓ ପରୋପକାର ମନୋଭାବରୁ ପ୍ରଶଂସିତ ହେବେ । ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ । ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ ।
ବିଛା
ବିଛା
କର୍ମ କ୍ଷେତ୍ରରେ ଅଥବା ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କଳା ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି । ପିଲା ମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ । ପ୍ରତିବନ୍ଧକ କାରଣରୁ ହାତକୁ ନେଇଥିବା କେତେକ ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ ।
ମକର
ମକର

କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଘର ପାଇଁ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ ।

କୁମ୍ଭ
କୁମ୍ଭ
ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ । ବିଶେଷ ଶ୍ରମ ଓ ଭ୍ରମଣ କାରଣରୁ ମୁଣ୍ଡ ବୁଲାଇହେବା ଲକ୍ଷଣ ଦେଖାଦେଇପାରେ ।
ମୀନମୀନ

କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନ ଖୁସୀ ହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା ଆସିବା ସଙ୍ଗକୁ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri