Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ୍‌ ୩୦ ତାରିଖ – Daily Horoscope

ମେଷ
ଆଜି ପାପଗ୍ରହ ଯୁକ୍ତ ନୀଚସ୍ଥ ଚନ୍ଦ୍ର କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ମାନସିକ ଅଶାନ୍ତିର କାରଣ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍ସନ ଲାଗି ରହିବ। ମୃଗଶିରା ନକ୍ଷତ୍ର ପାଇଁ ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଆଜି ଆପଣ ଧର୍ମକାର୍ଯ୍ୟ ସକାଶେ ବନ୍ଧୁଙ୍କ ପ୍ରେରଣାରେ ମନକୁ ଉତ୍ସାହିତ କରିପାରନ୍ତି। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। ଆରଦ୍ରା ନକ୍ଷତ୍ରର ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଚେଷ୍ଟା କରୁଥିବା କାର୍ଯ୍ୟ ହାସଲ ସକାଶେ ନୂତନ ଦିଗ ପ୍ରତି ଚିନ୍ତା କରିପାରନ୍ତି।
କର୍କଟ
କର୍କଟ
କୌଣସି ଗୋଟିଏ ସ୍ଥାନରେ ଆଜି ସ୍ଥିର ଭାବେ ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ଅଶ୍ଳେଷା ନକ୍ଷତ୍ରର ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ।
ସି˚ହ
ସି˚ହ
ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଈର୍ଷାନ୍ବିତ ହୋଇ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। କିନ୍ତୁ ମଘା ଉତ୍ତରାଫାଲଗୁନୀ ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଏକା ସଙ୍ଗେ ଗୁଡ଼ିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଚ୍ଛା ମନରେ ଭୟ ସୃଷ୍ଟି କରିପାରେ। ଚିତ୍ରା ନକ୍ଷତ୍ରର ପରିବହନ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ସମସ୍ୟା ସୃଷ୍ଟି କରିବାରେ ମୁଖ୍ୟ ଭୂମିକା ସାଜିପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାତ୍ର ବିଶାଖା ନକ୍ଷତ୍ରର ଏହାର ବିପରୀତ ଫଳ ପାଇବେ।
ବିଛା
ବିଛା
ଆଜି ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହେବ ଓ ପ୍ରଶଂସିତ ହେବେ। କିନ୍ତୁ ଏହା ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ ଏବଂ ଟେନ୍ସନ ମଧ୍ୟ ଲାଗି ରହିବ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାରକରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ କିନ୍ତୁ ଅସଫଳ ହେବେ ନାହିଁ। ଉତ୍ତରାଷାଢା ନକ୍ଷତ୍ରର ବନ୍ଧୁଙ୍କ ବ୍ୟବହାର ମନରେ ଆଘାତ ଦେଇପାରେ। ଯାତ୍ରା, ପରିବହନ, ଆମଦାନୀ କାରବାର, କ୍ଷେତ୍ରରେ ବେଶ ଖୁସି ରହିବେ। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଦିନରେ ଯାହା କରିବା ସକାଶେ ମନସ୍ଥ କରିଛନ୍ତି ଅବଶ୍ୟ ବହୁତ ଭଲ ହେବ। ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଳକ ଅସୁବିଧାରୁ ମୁକୁଳି ଯାଇପାରନ୍ତି। ସାୟାହ୍ନେ ଅସମର୍ଥିତ ସୂତ୍ରରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କାମ, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଅପରାହ୍ନରେ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ପୂର୍ବଭାଦ୍ରବ ନକ୍ଷତ୍ରର ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାଣିଜ୍ୟ ଓ ପରିବହନ, ନିର୍ମାଣ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହଁି।
ମୀନମୀନ
ବିତର୍କ ବୃଦ୍ଧି କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଟି ସହ ବିବାଦର ଆଶଙ୍କା ରହିଛି। ରେବତୀ ନକ୍ଷତ୍ରର ପାରିବାରିକ ସ୍ତରରେ ନିଜ ଆମତ୍ୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରା, ବ୍ୟବସାୟ, ମକଦ୍ଦମା, ସଂଗଠନ, ଲେଖାପଢାରେ ସମସ୍ୟା ଲାଗି ରହିବ। ପ୍ଳଟିଙ୍ଗ କାରବାର, ଜମିଜମା, ଦୂରଯାତ୍ରା, ଆନୁଷ୍ଠାନିକ କାମ ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri