Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ
ଆଜି ରବି ସହ ବୁଧଙ୍କ ସମ୍ବନ୍ଧ ସନ୍ତାନଙ୍କ ସ୍ଥ୍ୟାସ୍ଥ୍ୟହାନିର କାରଣହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସଫଳତା ପାଇବେ ନାହିଁ। ଏହା ସାଙ୍ଗକୁ ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ। ପୁନଶ୍ଚ ଆନୁଷ୍ଠାନିକ କାମରେ କେତେକାଂଶରେ ସଫଳ ହେବେ।
ବୃଷ
ବୃଷ
ଚନ୍ଦ୍ରଙ୍କ ନବମସ୍ଥ ଗୁରୁ ହେତୁ କୌଣସି ନୂତନ ଯୋଜାନ ସକାଶେ ମନ ବଳାଇବେ। କାର୍ଯ୍ୟବ୍ୟସ୍ତତା ଯୋଗୁ ମନ ଖୁସି କରିବାର ଅବସର ପାଇବେ ନାହିଁ। ଆଜି ସନ୍ଧ୍ୟାରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିପାରନ୍ତି। ଯଦ୍ଦ୍ବାରା କୌଣସି ଘରୋଇ କଥା ଭିତରେ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ।
ମିଥୁନ
ମିଥୁନ
ଚନ୍ଦ୍ର ଓ ବୁଧଙ୍କ ସଂଯୋଗଜନିତ ବହୁତ ଦିନରୁ ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ। ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇ ପାରନ୍ତି। କଳା, କ୍ରୀଡ଼ା ଓ ସଭାସମିତିରେ ସମ୍ମାନିତ ହେବେ।
କର୍କଟ
କର୍କଟ
ଚତୁର୍ଥସ୍ଥ କେତୁ ହେତୁ ପରିବାର ଭିତରେ ସୌହାର୍ଦ୍ଦ୍ୟତା ମଧ୍ୟରେ କାମ କରିବାରେ ବିଫଳ ହେବେ। ପ୍ରାତଃ ଭ୍ରମଣ, ଦେବଦର୍ଶନ ଓ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇପାରନ୍ତି। ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତି ରହିପାରେ। ସୁବିଧାବାଦୀ ସହକର୍ମୀ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ବୁଧ ପ୍ରଭାବରେ ଅଭାବନୀୟ ପରିସ୍ଥିତି ମଧ୍ୟରେ ଗତି କରିବାକୁ ପଡ଼ିବ। ତାହା ସାଙ୍ଗକୁ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଭାଇ,ଭଉଣୀ କିମ୍ବା ପଡ଼ୋଶିନୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ଅବଶ୍ୟ ପାରିବାରିକ ସମସ୍ୟାର ସମାଧାନ ହେତୁ ସାୟାହ୍ନରେ ଟେନ୍‌ସନ ଦୂର ହେବ।
କନ୍ୟା
ମଙ୍ଗଳ ଓ ବୁଧ କେନ୍ଦ୍ରସ୍ଥ ହେତୁ ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନାଦର ପାଇପାରନ୍ତି। କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବା କଷ୍ଟକର ହୋଇପାରେ।
ତୁଳା
ତୁଳା
ରାହୁ ମଙ୍ଗଳ ପ୍ରଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। କିନ୍ତୁ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ଆଶ୍ୱସ୍ତିି ଲାଭ କରିବେ।
ବିଛା
ବିଛା
ଶନି ଓ ଶୁକ୍ରଙ୍କ ଷଡ଼ାଷ୍ଟକ ସ୍ଥିତି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ। ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ। ପରିବହନ, ବାଣିଜ୍ୟରେ ପ୍ରତିବନ୍ଧକର ସୂଚନା ରହିଛି। ଅନୁରାଧା ନକ୍ଷତ୍ରର କୌଣସି ମହିଳାଙ୍କ ତରଫରୁ ସମସ୍ୟା ଆସିପାରେ। ଶତ୍ରୁମାନେ ପରୋକ୍ଷରେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିପାରନ୍ତି।
ଧନୁ
ଧନୁ
ଅଷ୍ଟମରେ ଏକାଧିକ ଗ୍ରହ ସମସ୍ୟା ମଧ୍ୟରେ ନୂତନ ସ୍ଥାନ ପରିଦର୍ଶନ, ବନ୍ଧୁଙ୍କ ସହ ଭ୍ରମଣର ସୁଯୋଗ ପ୍ରଦାନ କରିବେ। ଏକ ଆଧ୍ୟାତ୍ମିକ ପରିବେଶରେ ସତ୍‌ ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିବ। ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପିଲାଙ୍କ ସଫଳତାରେ ଆନନ୍ଦିତ ହେବେ।
ମକର
ମକର
ଚତୁର୍ଥସ୍ଥ ରାହୁ ପ୍ରଭାବରୁ ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣାଜନିତ ମାନସିକ ଅଶାନ୍ତି ସୃଷ୍ଟି ହେବ। ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ କିଛି କରିବେ ନାହିଁ। କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ଅବଶ୍ୟ ଶତ୍ରୁମାନେ ଚେଷ୍ଟା କରି ମଧ୍ୟ କିଛି କ୍ଷତି କରିପାରିବେ ନାହିଁ।
କୁମ୍ଭ
କୁମ୍ଭ
ବୁଧଙ୍କ କୁପ୍ରଭାବଜନିତ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। କିନ୍ତୁ ସଙ୍ଗୀତ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ମାତ୍ର ଡରିବାର କିଛି କାରଣ ନାହିଁ କହିଲେ ଚଳେ। ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ ବିଶେଷ ଭାବରେ ଉପକୃତ ହେବେ।
ମୀନମୀନ
କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଧନସ୍ଥାନସ୍ଥ ମଙ୍ଗଳ ହେତୁ ଆଜି ହଠାତ୍‌ ଧାର ସୂତ୍ରରେ ଅର୍ଥ ପାଇବେ। ଦେଖିଚାହିଁ ପଦକ୍ଷେପ ନ ନେଲେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri