Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧାର ସୂଚନା ରହିଛି। ଆବଶ୍ୟକତା ଅନୁଭବ କରି ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ଅଶ୍ୱିନୀ ନକ୍ଷତ୍ର ଆର୍ଥିକ ଅନଟନ କାର୍ଯ୍ୟର ପ୍ରଗତିରେ ପ୍ରତିବନ୍ଧକ ସୃଷ୍ଟି କରିବ।
ବୃଷ
ବୃଷ
ପରିସ୍ଥିତି ତାଡନାରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କୁ କର୍ମକ୍ଷେତ୍ରରେ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ। ମୃଗଶିରା ନକ୍ଷତ୍ରର ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ରର ବିଭିନ୍ନ ପ୍ରକାରର ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟ କରିପାରେ। ପାରିବାରିକ ସମସ୍ୟା କ୍ରମଶଃ ବଳିଯାଉଥିବାରୁ ମନର ଦୁଃଖକୁ ଲୁଚାଇ ରଖି ବନ୍ଧୁମାନଙ୍କ ସମ୍ମୁଖରେ ହସି ହସି କଥା କହିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । କର୍ମକ୍ଷେତ୍ରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ପ୍ରଶାସନ, ପ୍ରକାଶନ, ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକର ଆଶଙ୍କା ରହିଛି। ଅବଶ୍ୟ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ଆହ୍ବାନ ବ୍ୟତିରେକ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି। ପୂର୍ବାଫାଲଗୁନୀ ନକ୍ଷତ୍ରର ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି।
କନ୍ୟା
ବନ୍ଧୁଙ୍କ ସହ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ପୂର୍ବ ରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ନିର୍ମାଣ, ଯୋଗାଯୋଗ, ସଂଗଠନ, ପ୍ରଶାସନ ସ୍ତରରେ ସମସ୍ୟା ମୁକ୍ତ ରହିବ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିବାର ସୂଚନା ରହିଛି। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ବିଛା
ବିଛା
ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ନିଜର ଆମତ୍ୀୟ ମାନଙ୍କ ସହ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ଶତ୍ରୁତା ପଥରୋଧ କରୁଥିବାର ସନ୍ଦେହ କରି ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଅନୁରାଧା ନକ୍ଷତ୍ର ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ସାମାନ୍ୟ ବିଳମ୍ବିତ ସମୟରେ ଆଶା ପୂରଣ ହୋଇଯିବ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପୂର୍ବାଷାଢ଼ା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ। ସ୍ବାସ୍ଥ୍ୟ ସମସ୍ୟା ଯୋଗଁୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଯିବ। ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ନ ହେବା ମୂଳରେ ଅର୍ଥାଭାବ ଯୋଗୁଁ ବିଚଳିତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ଶ୍ରବଣା ନକ୍ଷତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କୁମ୍ଭ
କୁମ୍ଭ
ଆଜିର କାମ ସମୟରେ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଶତଭିଷା ନକ୍ଷତ୍ର କିନ୍ତୁ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗଁୁ ମନ ଅଶାନ୍ତ ରହିବ।
ମୀନମୀନ
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଟେନ୍ସନ ଜମା ଛାଡିବ ନାହିଁ। ବନ୍ଧୁଙ୍କ ପରାମର୍ଶକୁ ଅନୁଧ୍ୟାନ କରି ସମସ୍ୟା ସମାଧାନରେ ରାସ୍ତା ପାଇବେ। ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ରାଜନୈତିକ ସ୍ଥିତିରେ ଉତ୍ତରଭାଦ୍ରବ ନକ୍ଷତ୍ର ବନ୍ଧୁମାନଙ୍କ ସହାୟତାରେ ଉପକୃତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri