Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
ସାହାଯ୍ୟ ମିଳିବା କାରଣରୁ ପାରିବାରିକ ଓ କର୍ମ କ୍ଷେତ୍ର ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ରଚନାତ୍ମକ କାର୍ଯ୍ୟ, ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ଷେତ୍ରରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ସଭାସମିତିରେ, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆକସ୍ମିକ ସମସ୍ୟାହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି। ଦୂରବନ୍ଧୁ ଆଗମନ ଆଶଙ୍କା।
ମିଥୁନ
ମିଥୁନ
ଆଜି ହଠାତ୍‌ ପରିସ୍ଥିତି ବଦଳିଯିବା କାରଣରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇପାରେ। ସକାଳୁ ସକାଳୁ ଭାବୁଥିବେ ଗୋଟିଏ କଥା, କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ନିଜ ଇଚ୍ଛାନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ନଚେତ୍‌ ବିପଦ ଆଶଙ୍କା।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି କୌଣସି ସଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଗୁପ୍ତ ଶତ୍ରୁମାନଙ୍କର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ବାକ୍‌ଚାତୁରୀ ବଳରେ ଅନ୍ୟକୁ ଆପଣାର କରିବେ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ନିକଟ ସମ୍ପର୍କୀୟଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିପାରନ୍ତି। ପରୋକ୍ଷ ଶତ୍ରୁତାରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ପରକ୍ଷଣରେ ଅନୁତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
ତୁଳା
କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନ କଥା କହିବାକୁ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଅଭାବ ନ ଥିଲେ ହେଁ ହଠାତ୍‌ ପାଖରେ କିଛି ନଥିବା ହେତୁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ଧନୁ
ଧନୁ
ଆଜି ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମକର
ମକର
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। କିନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି।
ମୀନମୀନ
ପାଖ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ, କିନ୍ତୁ ପରିବହନରେ ସମସ୍ୟା ଲାଗି ରହିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri