Categories: Rasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ
ସାହାଯ୍ୟ ମିଳିବା କାରଣରୁ ପାରିବାରିକ ଓ କର୍ମ କ୍ଷେତ୍ର ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ରଚନାତ୍ମକ କାର୍ଯ୍ୟ, ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ଷେତ୍ରରେ ଅଗ୍ରଗତି ଘଟିବ।
ବୃଷ
ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ସଭାସମିତିରେ, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆକସ୍ମିକ ସମସ୍ୟାହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି। ଦୂରବନ୍ଧୁ ଆଗମନ ଆଶଙ୍କା।
ମିଥୁନ
ଆଜି ହଠାତ୍‌ ପରିସ୍ଥିତି ବଦଳିଯିବା କାରଣରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇପାରେ। ସକାଳୁ ସକାଳୁ ଭାବୁଥିବେ ଗୋଟିଏ କଥା, କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ। ନିଜ ଇଚ୍ଛାନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ନଚେତ୍‌ ବିପଦ ଆଶଙ୍କା।
କର୍କଟ
ଆଜିର କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି କୌଣସି ସଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଗୁପ୍ତ ଶତ୍ରୁମାନଙ୍କର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ବାକ୍‌ଚାତୁରୀ ବଳରେ ଅନ୍ୟକୁ ଆପଣାର କରିବେ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ।
ସି˚ହ
କର୍ମକ୍ଷେତ୍ରରେ ଉଚ୍ଚବର୍ଗ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ନିକଟ ସମ୍ପର୍କୀୟଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ିଯାଇପାରେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିପାରନ୍ତି। ପରୋକ୍ଷ ଶତ୍ରୁତାରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ପରକ୍ଷଣରେ ଅନୁତାପ କରିବାକୁ ପଡ଼ିପାରେ। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇ ପାରନ୍ତି।
ତୁଳା
କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନ କଥା କହିବାକୁ ପଛେଇ ଯିବେ। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କଳା, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଅଭାବ ନ ଥିଲେ ହେଁ ହଠାତ୍‌ ପାଖରେ କିଛି ନଥିବା ହେତୁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ଧନୁ
ଆଜି ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମକର
ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। କିନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
ଆଜି ସହଜ ଓ ସୁବିଧାରେ ହାତକୁ ନେଇଥିବା କାମ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସୂଚନା ରହିଛି।
ମୀନ
ପାଖ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ, କିନ୍ତୁ ପରିବହନରେ ସମସ୍ୟା ଲାଗି ରହିପାରେ। କେତେକ କ୍ଷେତ୍ରରେ ଜିଦ୍‌ଖୋର କାରଣରୁ ହଇରାଣ ହୋଇପାରନ୍ତି।