Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ
ଆଜି ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇ ପାରନ୍ତି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ବିବାଦୀୟ ଘଟଣାଠାରୁ ଦୂରେଇ ରହିବା ଭଲ ହେବ।
ବୃଷ
ବୃଷ
ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ସାହାଯ୍ୟରେ ଆଜିର କାମ ସମ୍ପନ୍ନ କରିପାରିବେ। ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ପରିଲକ୍ଷିତ ହେବ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ଅଯଥା ବାତାବରଣ ଅଶାନ୍ତ ରହିବ। ଆର୍ଥିକ ଅନଟନ ଲାଗିରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି।
କର୍କଟ
କର୍କଟ
ଆଜି ଦିନଟିରେ ଯାହା କଲେ ମଧ୍ୟ ପ୍ରତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ସହକର୍ମୀଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଜଣେ ପୁରୁଣା ବନ୍ଧୁଙ୍କ ଦେଖା ପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
ନିଜର କେତେକ କାମକୁ ପରିବାରର ସଦସ୍ୟମାନେ ବିରୋଧ କରିବେ। ଭୁଲ୍‌ ବୁଝାମଣା ଲାଗିରହିବା କାରଣରୁ ଅଶାନ୍ତ ବାତାବରଣ ସୃଷ୍ଟିହେବ। ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ।
କନ୍ୟା
ସ୍ବାସ୍ଥ୍ୟହାନି କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ କିଛିନା କିଛି ସ୍ବାର୍ଥକୁ ଜଳାଞ୍ଜଳି ଦେବାକୁ ପଡ଼ିବ। ନିଜ ନିଜର ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ତୁଳା
ତୁଳା
ସମ୍ପର୍କୀୟଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇପାରନ୍ତି। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଆଜି ଯାହା କରନ୍ତୁନା କାହିଁକି, ପ୍ରତ୍ୟେକ କାମ ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ଅର୍ଥସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଈର୍ଷାପରାୟଣ ବନ୍ଧୁଙ୍କ କାର୍ଯ୍ୟ ଅସନ୍ତୋଷଜନକ ରହିବ। ପରିବାରର ଆବଶ୍ୟକତା ଅନୁଯାୟୀ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବେ। ସାମ୍ବାଦିକତା, କ୍ରୀଡ଼ା, ସାହିତ୍ୟ, ରଚନାମତ୍କ କାର୍ଯ୍ୟରେ ସମସ୍ୟା ସମାଧାନ ହେବ। ଶିଳ୍ପ, ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଆଜି ଆକସ୍ମିକ ଭାବରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗିରହିବ।
କୁମ୍ଭ
କୁମ୍ଭ
ଈର୍ଷା ପରାୟଣ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସ୍ତରରେ ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ।
ମୀନମୀନ
ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହେବ । ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?