Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ମଙ୍ଗଳ ସଂଯୋଗରୁ ଆର୍ଥିକ ଅଭିବୃଦ୍ଧି ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହେବାର ଆଶଙ୍କା ରହିଛି । କଳକାରଖାନାରେ କିମ୍ବା ନିଜ ଦପ୍ତରରେ ଶ୍ରମିକମାନଙ୍କୁ ଉଚିତ ମାର୍ଗରେ ଚଲାଇବାରେ ସମର୍ଥ ହେବେ।
ବୃଷ
ବୃଷ
ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟ ସକାଶେ ତତ୍ପରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ।
ମିଥୁନ
ମିଥୁନ
ଦୀର୍ଘଦିନରୁ ଆପଣ ମନେମନେ ଚିନ୍ତା କରିଥିବା କାମଗୁଡ଼ିକ ଆଜି ବାସ୍ତବରେ ଓଲଟା ହେବ। ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହେବ। ଅଫିସ କାମର କେତେକ ଘଟଣା ବିଷୟରେ ଜାଣିଶୁଣି ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନଶ୍ରମ ଓ ଅଧ୍ୟବସାୟ ବଳରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁମିଳନରୁ ଖୁସି ରହିବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ। ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ । ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ଓ କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନହେବା କଷ୍ଟକର ହୋଇପଡିବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆବଶ୍ୟକ ସାହାଯ୍ୟ ମଧ୍ୟ କରିବେ। ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି ।
ତୁଳା
ତୁଳା
ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ଲୋକସମ୍ପର୍କ ବୃଦ୍ଧି ପାଇବା ଦୁଷ୍କର ହୋଇପଡ଼ିବ। ଅପରାହ୍ନେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ, ଫଳରେ ଟେନସନ୍‌ କିଛି ମାତ୍ରାରେ କମିଯାଇପାରେ ।
ବିଛା
ବିଛା
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା ମଧ୍ୟ ପୂରଣ ହେବ। ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ। ପରିଜନ ସହ ଭ୍ରମଣ ସୁଯୋଗ ପାଇ ଏକ ପ୍ରକାର ଖୁସି ରହିବେ।
ମକର
ମକର
କାମ ହାସଲ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ଧନିଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଦ୍ୱନ୍ଦ୍ୱରେ ପଡି ପରିବାରର ପ୍ରତ୍ୟେକ ସଦସ୍ୟଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇ ଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ମାତ୍ର ବ୍ୟବସାୟରେ ସଫଳତା ହାସଲ କରିବେ। ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରିବେ। ଲେଖାପଢ଼ା, କଳା, ସାହିତ୍ୟ, ସାଧନା କ୍ଷେତ୍ରରେ ଖୁସି ଅନୁଭବ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri