Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ମଙ୍ଗଳ ସଂଯୋଗରୁ ଆର୍ଥିକ ଅଭିବୃଦ୍ଧି ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହେବାର ଆଶଙ୍କା ରହିଛି । କଳକାରଖାନାରେ କିମ୍ବା ନିଜ ଦପ୍ତରରେ ଶ୍ରମିକମାନଙ୍କୁ ଉଚିତ ମାର୍ଗରେ ଚଲାଇବାରେ ସମର୍ଥ ହେବେ।
ବୃଷ
ବୃଷ
ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟ ସକାଶେ ତତ୍ପରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ।
ମିଥୁନ
ମିଥୁନ
ଦୀର୍ଘଦିନରୁ ଆପଣ ମନେମନେ ଚିନ୍ତା କରିଥିବା କାମଗୁଡ଼ିକ ଆଜି ବାସ୍ତବରେ ଓଲଟା ହେବ। ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହେବ। ଅଫିସ କାମର କେତେକ ଘଟଣା ବିଷୟରେ ଜାଣିଶୁଣି ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନଶ୍ରମ ଓ ଅଧ୍ୟବସାୟ ବଳରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁମିଳନରୁ ଖୁସି ରହିବେ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ କୌଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ। ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ । ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ଶତ୍ରୁତା ଯୋଗୁ ବିଚଳିତବୋଧ କରିବେ ଓ କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନହେବା କଷ୍ଟକର ହୋଇପଡିବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆବଶ୍ୟକ ସାହାଯ୍ୟ ମଧ୍ୟ କରିବେ। ଯେତେ ଭଲ କାମ କଲେ ମଧ୍ୟ ସମାଲୋଚିତ ହୋଇପାରନ୍ତି ।
ତୁଳା
ତୁଳା
ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ଲୋକସମ୍ପର୍କ ବୃଦ୍ଧି ପାଇବା ଦୁଷ୍କର ହୋଇପଡ଼ିବ। ଅପରାହ୍ନେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ, ଫଳରେ ଟେନସନ୍‌ କିଛି ମାତ୍ରାରେ କମିଯାଇପାରେ ।
ବିଛା
ବିଛା
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି । ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା ମଧ୍ୟ ପୂରଣ ହେବ। ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ। ପରିଜନ ସହ ଭ୍ରମଣ ସୁଯୋଗ ପାଇ ଏକ ପ୍ରକାର ଖୁସି ରହିବେ।
ମକର
ମକର
କାମ ହାସଲ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ଧନିଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଦ୍ୱନ୍ଦ୍ୱରେ ପଡି ପରିବାରର ପ୍ରତ୍ୟେକ ସଦସ୍ୟଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇ ଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡିବେ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟା ସୁଧାରି ନେବେ। ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ ମାତ୍ର ବ୍ୟବସାୟରେ ସଫଳତା ହାସଲ କରିବେ। ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରିବେ। ଲେଖାପଢ଼ା, କଳା, ସାହିତ୍ୟ, ସାଧନା କ୍ଷେତ୍ରରେ ଖୁସି ଅନୁଭବ କରିପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ କିନ୍ତୁ...

ରାଶିଫଳ: ବୁଧବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜି ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁ ଆଲୋଚନା ଶେଷରେ...

ରାଶିଫଳ: ସୋମବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦିନଟିରେ ତରବର ନ ହୋଇ ଧୀର ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ପିଲାଙ୍କ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସମୟ...

ରାଶିଫଳ: ଶନିବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ।...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ...

ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri