Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍‌ଭାବ ପାଇବେ। ମଧ୍ୟାହ୍ନରେ ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ କାର୍ଯ୍ୟ ତ୍ୱରାନ୍ବିତ ହେବ। କୃତ୍ତିକା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଶା ପୂରଣ ସମ୍ଭାବନା ରହିଛି।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ପଡ଼ୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହେବେ। ଜମିଜମା କାରବାର, ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନର ଉନ୍ନତୀକରଣ ଓ ସଭାସମିତିରୁ ଉପକୃତ ହେବେ। ଆନୁଷ୍ଠାନିକ କାମରେ ଟେନସନ୍‌ ଲାଗିରହିବ। ବିଗତ ଦିନରେ ଘଟିଯାଇଥିବା ଘଟଣାର ମୋଡ଼ ବଦଳି ଯାଇପାରେ।
ମିଥୁନ
ମିଥୁନ
ଆଜି ପୁନର୍ବସୁ ନକ୍ଷତ୍ରର କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ। ଦିନ ମଧ୍ୟରେ ଘର କିମ୍ବା ଜମିଜମା, ପୁରୁଣା ଗାଡ଼ି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବାକୁ ମନ ବଳାଇବେ। ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡ଼ୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ। ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କର୍କଟ
କର୍କଟ
ପୁଷ୍ୟା ନକ୍ଷତ୍ର ଦୃଢ଼ ମନୋବଳ ନେଇ ଆଗକୁ ମାଡି ଚାଲିବେ। ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି। କଚେରି ମାମଲା ମନ୍ଥର ହେବା କାରଣରୁ ଉଦ୍‌ବେଗ ବୃଦ୍ଧି ପାଇବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ମାତ୍ର ନିଜର ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅବହେଳା ଯୋଗୁ କାମଟି ବିଗିଡ଼ି ଯାଇପାରେ। ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ, ଯାହାକି ଦୁଶ୍ଚିନ୍ତା ସୃଷ୍ଟି କରିପାରେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ। ମଘା ନକ୍ଷତ୍ରର ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିବ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍‌ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ। ମୁହଁରେ ମିଠା କଥା କହି ପରୋକ୍ଷରେ ଶତ୍ରୁତା କରୁଥିବା ଲୋକମାନେ ହଠାତ୍‌ ପରିସ୍ଥିତିବଶତଃ ମିତ୍ରତା ସାଜିବା ପାଇଁ ଚେଷ୍ଟିତହେବେ। ହସ୍ତା ନକ୍ଷତ୍ରର ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବାରେ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କାମରେ ଗଠନମୂଳକ ପରାମର୍ଶ ଦେଇ ବନ୍ଧୁମାନଙ୍କ ପ୍ରିୟପାତ୍ର ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟଭିତ୍ତିକ କାମଗୁଡ଼ିକ ସୁରୁଖୁରୁରେ ହୋଇଯିବ।
ବିଛା
ବିଛା
ପରିବାର ମଧ୍ୟରେ ବିଭିନ୍ନ ସମସ୍ୟା ଲାଗିରହିଥିଲେ ମଧ୍ୟ ଆଜି ସୁନ୍ଦର କଥାରେ ବନ୍ଧୁଙ୍କୁ ଆପଣାର କରିବେ। ଅନୁରାଧା ନକ୍ଷତ୍ର ଅଫିସ କାମରେ ପ୍ରତ୍ୟେକ ଦିଗକୁ ବିଚାର କରି କାମ କରନ୍ତୁ। ସାଧାରଣ କଥାକୁ ନ ବୁଝି ଘଟଣାକୁ ଅତିରଞ୍ଜିତ କରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। ମୂଳା ନକ୍ଷତ୍ର ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ। ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ।
ମକର
ମକର
ଆଜି ନିଜର ପାରିବାରିକ ସମସ୍ୟାକୁ ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଉତ୍ତରାଷାଢ଼ା ନକ୍ଷତ୍ର ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
ଆଜି ଦିନ ମଧ୍ୟରେ ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ଶତଭିଷା ନକ୍ଷତ୍ରର କେତେକ ଆକସ୍ମିକ ସମସ୍ୟାକୁ ନେଇ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେକରିବେ।
ମୀନମୀନ
ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ। ରେବତୀ ନକ୍ଷତ୍ରର ଖର୍ଚ୍ଚଭାର ବଢ଼ି ବଢ଼ି ଯିବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ। ସଭାସମିତିରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri