Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ନିକଟ ସମ୍ପର୍କୀୟ ମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକ ମାନଙ୍କୁ ଦାୟୀ କରିବେ। ଆପୋଷ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ନିଜେ କୌଣସି ଭୁଲ୍‌ ନକରି ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି । ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି , ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଳିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ,କଳା ସାହିତ୍ୟ, ରାଜନୈତି, ଶିଳ୍ପ, ବାଣିଜ୍ୟରେ ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ବନ୍ଧୁଙ୍କ ନିମନ୍ତ୍ରଣ ଓ ବନ୍ଧୁମିଳନରୁ ଖୁସି ରହିବେ। ପୁଷ୍ୟା ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦରେ ସମୟ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିପାରନ୍ତି।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅର୍ନ୍ତଦ୍ୱନ୍ଦ ଲାଗି ରହିବ। ସଦାବେଳେ ହାତଖାଲି ରହିବରୁ ମନରେ ସରସତା ରହିବ ନାହିଁ । ଅବଶ୍ୟ,ଆଜି ସଂଗୀତ, ଚଳଚ୍ଚିତ୍ର ତଥା ମନୋରନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ।
କନ୍ୟା
ଆଜି ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ । ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡିବ। ସ୍ତ୍ରୀ ପ୍ରତିଦ୍ୱନ୍ଦୀ, ବାଣିଜ୍ୟ ଓ ଯାତ୍ରା ସଂପର୍କରେ ଚିନ୍ତା ବଢିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜର ଲୋକମାନେ ଇର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ପ୍ରିୟବନ୍ଧୁଠାରୁ ପାଇବାକୁଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁ ମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ପ୍ରିୟଜନ ମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ୍ଚ ଘଟିପାରେ।
ଧନୁ
ଧନୁ
ଆପଣଙ୍କ ପ୍ରୟୋଗାମତ୍କ କୌଶଳ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମଧାନରେ ସାହାଯ୍ୟ କରିବ। ଆଜି ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ । ଯେକୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ ହେବାକୁ ପଡିପାରେ ।
ମକର
ମକର
ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।ପରିବାର ଭିତରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆଜି ଆପଣ ନୂତନ ଗୃହ, ଯାନ ବାହାନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା ପିଲା ମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଉଦ୍ୱିଗ୍ନ ରହିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ କାମ ହାସଲ କରିବେ।
ମୀନମୀନ
ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ । ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri