Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ନିଜେ କୌଣସି ଭୁଲ୍‌ ନ କରି ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି । ଅର୍ଥ କିମ୍ବା ଆବଶ୍ୟକତା ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି , ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ମାଲିମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ, କଳା ସାହିତ୍ୟ, ରାଜନୀତି, ଶିଳ୍ପ, ବାଣିଜ୍ୟରେ ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ବନ୍ଧୁଙ୍କ ନିମନ୍ତ୍ରଣ ଓ ବନ୍ଧୁମିଳନରୁ ଖୁସି ରହିବେ। ପୁଷ୍ୟା ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱରେ ସମୟ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିପାରନ୍ତି।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବ। ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ଅବଶ୍ୟ, ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।
କନ୍ୟା
ଆଜି ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ । ଚିତ୍ରା ନକ୍ଷତ୍ର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିବ। ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପ୍ରିୟବନ୍ଧୁଠାରୁ ପାଇବାକୁଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ଆପଣଙ୍କ ପ୍ରୟୋଗାତ୍ମକ କୌଶଳ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନରେ ସାହାଯ୍ୟ କରିବ। ଆଜି ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ । ଯେକୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ ହେବାକୁ ପଡ଼ିପାରେ ।
ମକର
ମକର
ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ। ପରିବାର ଭିତରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆଜି ଆପଣ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ଜମିଜମା ମାମଲା, ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ କାମ ହାସଲ କରିବେ।
ମୀନମୀନ
ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ । ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri