Posted inRasifala

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ
ଅଟକି ରହିଥିବା କାମ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକମାନଙ୍କୁ ଦାୟୀ କରିବେ। ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ନିଜେ କୌଣସି ଭୁଲ୍‌ ନ କରି ଦୋଷୀ ରୂପେ ପରିଗଣିତ ହେବେ। କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି । ଅର୍ଥ କିମ୍ବା ଆବଶ୍ୟକତା ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସାଧାରଣ ପରିସ୍ଥିତିରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ।
ମିଥୁନ
ମିଥୁନ
ଆଜି ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି , ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ମାଲିମକଦ୍ଦମା, ଆଲୋଚନା, ଗବେଷଣା, ପ୍ରେସ୍‌ ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କର୍ମକ୍ଷେତ୍ରରେ, କଳା ସାହିତ୍ୟ, ରାଜନୀତି, ଶିଳ୍ପ, ବାଣିଜ୍ୟରେ ଚାପର ସମ୍ମୁଖୀନ ହୋଇପାରନ୍ତି।
କର୍କଟ
କର୍କଟ
ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ, ବନ୍ଧୁଙ୍କ ନିମନ୍ତ୍ରଣ ଓ ବନ୍ଧୁମିଳନରୁ ଖୁସି ରହିବେ। ପୁଷ୍ୟା ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱରେ ସମୟ କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିପାରନ୍ତି।
ସି˚ହ
ସି˚ହ
ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବ। ସଦାବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ଅବଶ୍ୟ, ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ।
କନ୍ୟା
ଆଜି ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ । ଚିତ୍ରା ନକ୍ଷତ୍ର ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯନତ୍ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିବ। ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
ତୁଳା
ତୁଳା
ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପ୍ରିୟବନ୍ଧୁଠାରୁ ପାଇବାକୁଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିପାରେ।
ବିଛା
ବିଛା
ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି। ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପ୍ରିୟଜନମାନଙ୍କ ସାହାଯ୍ୟରୁ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
ଧନୁ
ଧନୁ
ଆପଣଙ୍କ ପ୍ରୟୋଗାତ୍ମକ କୌଶଳ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନରେ ସାହାଯ୍ୟ କରିବ। ଆଜି ଅର୍ଥଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ । ଯେକୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି । ସୁସ୍ଥତା ଫେରିପାଇବେ କିନ୍ତୁ ବହୁତ ହଇରାଣ ହେବାକୁ ପଡ଼ିପାରେ ।
ମକର
ମକର
ଆଜିର ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା ଓ ପରିବହନରେ ସମସ୍ୟା ଏହାର କାରଣ ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ। ପରିବାର ଭିତରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଆଜି ଆପଣ ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ଜମିଜମା ମାମଲା, ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ। ବନ୍ଧୁଙ୍କ ସହାୟତାରେ ଅଭିଳଷିତ କାମ ହାସଲ କରିବେ।
ମୀନମୀନ
ଆଜି ଯେଉଁ କାମରେ ହାତଦେବେ, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ । ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri