Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ
ଆପଣଙ୍କ ଉନ୍ନତ ଚିନ୍ତାଧାରା ଓ ସହଯୋଗୀ ମନୋଭାବ ସାମାଜିକ ଜୀବନକୁ ମଧୁରତର କରିବ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ ସନ୍ତୋଷଜନକ ରହିବ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ଖଳ ଲୋକଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପରୋକ୍ଷରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ହେବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସନ୍ଧ୍ୟାରେ ସାଙ୍ଗସାଥୀଙ୍କ ସହ ସତ୍‌ସଙ୍ଗ ଓ ଭ୍ରମଣର ସୁଯୋଗ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମନ ଅସ୍ଥିର ହେବ। ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇ ଅଟକିଥିବା କମକୁ ସଜାଡି ନେବେ।
କର୍କଟ
କର୍କଟ
କାର୍ଯ୍ୟସିଦ୍ଧି ହୋଇଯିବା କାରଣରୁ ମନ ପ୍ରଫୁଲ୍ଲ ରହିବ। ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ସୂଚନା ଦେଖାଦେଇପାରେ। ମାତ୍ର ଆପଣ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିପାରିିବେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବା ଫଳରେ ଲୋକ ସମ୍ପର୍କ ବଢ଼ିବ ଓ ପ୍ରଶଂସିତ ମଧ୍ୟ ହେବେ। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତିି।
ତୁଳା
ତୁଳା
ଯାହା ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ସ୍ବାତୀ ନକ୍ଷତ୍ର ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ। ଛୋଟଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ଆଜି ଜ୍ୟେଷ୍ଠା ନକ୍ଷତ୍ରର ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ। ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ହାସଲ କରିବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରାଦିରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ନୂତନ କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ନିର୍ମାଣ ତଥା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ।
ମକର
ମକର
ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ଓ ମନରେ ସନ୍ଦେହଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ। ଯାତ୍ରା ସମୟରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ। କର୍ମକ୍ଷେତ୍ରରେ ସମାଲୋଚିତ ହେବେ। ଶ୍ରବଣାର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ଅର୍ଥସଂକଟ ସମାଧାନରେ ବନ୍ଧୁ ସାହାଯ୍ୟ କରିବେ।
କୁମ୍ଭ
କୁମ୍ଭ
ମନାନ୍ତରଜନିତ ମିତ୍ରମାନେ ଶତ୍ରୁ ପାଲଟି ଯିବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହିତ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। ପ୍ରଥମେ କାମଟି କରିସାରିବା ପରେ ଅଯଥା ଚିନ୍ତା କରିବେ। ଆର୍ଥିକ ସଂକଟ ଲାଗିରହିଥିବାରୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକିଯାଇପାରେ।
ମୀନମୀନ
ସକାଳୁ ସକାଳୁ ଖୁସି ଖବରଟିଏ ମନରେ ଉତ୍ସାହ ଭରିଦେବ। ଆଜିର କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ପାଇବେ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri