Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୮ ତାରିଖ– Daily Horoscope

ମେଷ
ଆଜି ଆପଣଙ୍କ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେବାର ପ୍ରଯତ୍ନ କରିବେ। ଅବଶ୍ୟ ଆବଶ୍ୟକତା ପୂରଣ ସକାଶେ ଧାରକରଜ ଲାଗି ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ ମଜ୍ଜି ରହିପାରନ୍ତି।
ବୃଷ
ବୃଷ
ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଆକସ୍ମିକ କଳହ ସାଙ୍ଗକୁ ସହକର୍ମୀ କିମ୍ବା ପଡ଼ୋଶୀ ମାନଙ୍କ ସହ ସମ୍ପର୍କରେ ବିଭ୍ରାଟ ଘଟିବ। ପରିବାର ମଧ୍ୟରେ ଅନେକ ସମସ୍ୟା ରହିଛି, କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ କହିପାରିବେ ନାହିଁ। କର୍ମକ୍ଷେତ୍ରର ସମସ୍ୟା ହେତୁ ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ।
କର୍କଟ
କର୍କଟ
କୌଣସି ଅତୀତ ଘଟଣା ସକାଶେ ଅନୁତାପ କରିପାରନ୍ତି। ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ।
ସି˚ହ
ସି˚ହ
ଆଜି ମନ ବୁଝିଲା ଭଳି କଥା କହି ଅର୍ଥ ଯୋଗାଡ଼ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ। ଆକସ୍ମିକ ଭାବେ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ସମର୍ଥନ ପାଇବେ ନାହିଁ।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ କାମ କଲେ ସମସ୍ୟାର ସରଳ ସମାଧାନ ହେବାରେ ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ଇଚ୍ଛା ନଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଆର୍ଥିକ ଅସନ୍ତୁଳନ ସାଙ୍ଗକୁ କାହା ମନ କାହା ସହ ନ ମିଶିବା କାରଣରୁ ମନ ଭଲ ରହିବ ନାହିଁ। ଆଜି ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବିଛା
ବିଛା
ଆଜିର କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା ସମସ୍ୟା ସୃଷ୍ଟିର କାରଣ ହେବାର ସମ୍ଭାବନା ଅଛି। ପୂର୍ବରାଗକ୍ରମରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଯେକୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁଁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍‌ଧି କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ମାତ୍ର, ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ, ତେଣୁ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ।
କୁମ୍ଭ
କୁମ୍ଭ
ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri