Posted inRasifala

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ କାମରେ ବାହାରକୁ ଯିବା ସକାଶେ ସଜବାଜ ହୋଇପାରନ୍ତି। ଆପଣଙ୍କ ସହଯାତ୍ରୀ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନରେ ସମସ୍ୟା ଦୂର ହେବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ଅସୁବିଧା ହେତୁକ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ମକଦ୍ଦମାରେ ବିଚାର ବିଳମ୍ବିତ ହେଉଥିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ଆର୍ଥିକ ଅନଟନ ଲାଗି ରହିବା ହେତୁ କରଜ କରିବାକୁ ପଡ଼ିବ।
କର୍କଟ
କର୍କଟ
ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବାର ସୂଚନା ରହିଛି। ପାରିବାରିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବନ୍ଧୁଙ୍କ ପରାମର୍ଶକୁ ପାଥେୟ କରି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ସହକର୍ମୀଙ୍କ ସହିତ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ସାହିତ୍ୟ, ସାମ୍ବାଦିକତା ସାଙ୍ଗକୁ ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହେଲେ ସମସ୍ୟା ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଅନ୍ୟମାନଙ୍କର ସାହାଯ୍ୟ ନେବାକୁ ପଡ଼ିପାରେ ।
ତୁଳା
ତୁଳା
ପରିବାରରେ କାହା ମନ କାହା ସାଙ୍ଗରେ ନ ମିଶିବାରୁ ମନ ଭଲ ରହିବ ନାହିଁ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ମନ ମୁତାବକ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ ବିଶୃଙ୍ଖଳିତ କରିବ। ପ୍ରଶାସନିକ ସ୍ତରରେ ସମସ୍ୟା ସରଳ ସମାଧାନ କରିବା କଷ୍ଟକର ହୋଇପାରେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିବ। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ସହକର୍ମୀଙ୍କ ସାହାଯ୍ୟରୁ ଉପକୃତ ହେବେ। ଆଜି ପ୍ରତିଯୋଗିତାରେ ସଫଳତା ପାଇବା ସହଜସାଧ୍ୟ ହେବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତାରେ ଅଗ୍ରଗତି ଘଟିବ ।
ମକର
ମକର
ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବାର ସୂଚନା ରହିଛି । ବନ୍ଧୁଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ରଚନାମତ୍କ କାର୍ଯ୍ୟ ସାଙ୍ଗକୁ ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ। ଆତ୍ମୀୟମାନଙ୍କ ସାହାଯ୍ୟ ଲାଭ ଯୋଗୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
ଭଲ ସମ୍ପର୍କ ନ ଥିବା ବନ୍ଧୁମାନେ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ ଅସୁବିଧା ହେବ ନାହିଁ । ବ୍ୟବସାୟିକ ବୁଦ୍ଧି ପ୍ରଭାବରେ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାର ସମ୍ଭାବନା ରହିଛି। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।
ମୀନମୀନ
କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପାରିବାରିକ କିମ୍ବା ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ। କଠିନ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।

👉 Follow Dharitri – Odisha’s No.1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଥିବାରୁ ଉଦାସ ରହିପାରନ୍ତି ଏବଂ କାମ ସକାଶେ ନିରୁତ୍ସାହିତ ରହିବେ। ସନ୍ତାନଙ୍କ ବୈବାହିକ ସମ୍ବନ୍ଧ ସମ୍ପର୍କିତ ଆଲୋଚନା କରିପାରନ୍ତି। କିନ୍ତୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ  ଆଜି ଉତ୍ତରାଫାଲଗୁନୀ ନକ୍ଷତ୍ରରେ ଚନ୍ଦ୍ର କର୍ମଜଞ୍ଜାଳଜନିତ ବ୍ୟସ୍ତତା ବୃଦ୍ଧି କରାଇପାରନ୍ତି। ସ୍ବାସ୍ଥ୍ୟୋନ୍ନତି ଓ କାର୍ଯ୍ୟସିଦ୍ଧିରୁ ଯେତିକି ଖୁସି ହେବେ ଭ୍ରାତୃବିବାଦ ଓ ବନ୍ଧୁସମ୍ପର୍କହାନିରୁ ସେତିକି ଦୁଃଖୀ…

ରାଶିଫଳ: ବୁଧବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଚତୁଃଗ୍ରହ କର୍ମସ୍ଥାନରେ କାର୍ଯ୍ୟସିଦ୍ଧି, ଅର୍ଥ ଓ ସମ୍ମାନ ଲାଭ କରାଇବେ। କିନ୍ତୁ ନିକିତି ତଉଲ ପରି ପାରିବାରିକ ଜୀବନର ପଲା ନିମ୍ନାଭିମୁଖୀ ହେତୁ ମନାନ୍ତର ଓ…

ରାଶିଫଳ: ମଙ୍ଗଳବାର , ଫେବୃଆରୀ ୩ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ର କୋଣଭାବସ୍ଥ ଯୋଗୁ କର୍ମକ୍ଷେତ୍ରରେ ଟେନ୍‍ସନ ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା…

ରାଶିଫଳ: ସୋମବାର , ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଦ୍ୱିଜା ନକ୍ଷତ୍ର ସମସ୍ତ ସମସ୍ୟାକୁ ପ୍ରତିହତ କରିବାରେ ସମର୍ଥ ହେବେ। ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଯାନବାହନ, ହୋଟେଲଶିଳ୍ପ, ଛୋଟ ଦୋକାନ, ଆନୁଷ୍ଠାନିକ…

ରାଶିଫଳ: ରବିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି ପୁଷ୍ୟା ନକ୍ଷତ୍ରରେ ଚନ୍ଦ୍ର ପରିବାର ଓ କର୍ମକ୍ଷେତ୍ରର ସ୍ଥିତିକୁ କେନ୍ଦ୍ର କରି ଭାବପ୍ରବଣ କରାଇବ। ସାମାଜିକ ସ୍ତରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ…

ରାଶିଫଳ: ଶନିବାର, ଜାନୁଆରୀ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହଚକ୍ରର ଅନୁକୂଳତା କର୍ମକ୍ଷେତ୍ର, ପାରିବାରିକ ଏବଂ ସାମାଜିକ ଦିଗକୁ ଋଦ୍ଧିମନ୍ତ କରିବ। ଶିଳ୍ପ, ନିର୍ମାଣ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri