Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୮ ତାରିଖ – Daily Horoscope

ମେଷ
ଆଜି ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ବିଭିନ୍ନ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହିବନି। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ମତାନ୍ତର ସୃଷ୍ଟିହେବ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ସେହିମାନେ ନିଜ ତରଫରୁ ମିଶିବାକୁ ଚେଷ୍ଟା କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହିତ ଦୁର୍ବଳତା କେତେକାଂଶରେ ଦୂର ହେବ।
ବୃଷ
ବୃଷ
ସମ୍ପର୍କୀୟମାନେ ଦୂରେଇ ଯାଉଥିବାରୁ ପରକୁ ଆପଣାର କରିବାକୁ ବାଧ୍ୟ ହେବେ। କାମର ଚାପ ବୃଦ୍ଧି ଯୋଗୁ ଆଜି ଅଫିସ୍‌ କାର୍ଯ୍ୟରେ ବେଶି ବ୍ୟସ୍ତ ରହିବେ। ଚେଷ୍ଟା କରୁଥିବା ବ୍ୟବସାୟିକ କାମରେ ଆଂଶିକ ସଫଳତା ମିଳିବ। ଲାଭାଧିପ ଯୁକ୍ତ ବୁଧଙ୍କ ହେତୁ ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟାକଲେ ସଫଳତା ପାଇବେ।
ମିଥୁନ
ମିଥୁନ
ଘରଲୋକଙ୍କଠାରୁ ସହାନୁଭୂତି ନ ପାଇଲେ ମଧ୍ୟ ବାହାରେ ଅନ୍ୟମାନେ ସହଯୋଗ କରିବେ। ହଜିଯାଇଥିବା ଦ୍ରବ୍ୟ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖବର ପାଇବେ। ଆକସ୍ମିକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମ ଅସମ୍ପୂର୍ଣ୍ଣ ରହିଯିବ। ରବି ସହ ଶୁକ୍ର ଯୁକ୍ତ ହେତୁ କର୍ମକ୍ଷେତ୍ରରେ ସହକର୍ମୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି।
କର୍କଟ
କର୍କଟ
ପରିସ୍ଥିତି ସହ ଟକ୍କର ଦେଇ ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ। ଯେମିତି ଚିନ୍ତା କରୁଛନ୍ତି, ସେହିପରି କଲେ ସବୁ ଠିକ୍‌ ହୋଇଯିବ। ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ବାଣିଜ୍ୟ, ପରିବହନ, ବ୍ୟବସାୟ, ସଂଗଠନ, ଗବେଷଣା, ଆଇନ ଅଦାଲତରେ ସୁଫଳ ପାଇବେ।
ସି˚ହ
ସି˚ହ
ଚେଷ୍ଟା କରୁଥିବା କାମରେ ସଫଳତା ମିଳିପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖାଦେବ। ପଡୋଶୀଙ୍କ ମିଥ୍ୟା ପ୍ରତିଶ୍ରୁତି ଉପରେ ଭରସା କଲେ ଅସୁବିଧାରେ ପଡ଼ିବେ। ବ୍ୟୟାଧିପ ଚତୁର୍ଥସ୍ଥ ହେତୁ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ।
କନ୍ୟା
କର୍ମଭାବରୁ ତିନୋଟିଗ୍ରହ ଅଷ୍ଟମସ୍ଥ ଯୋଗୁଁ କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ଜଗିରଖି ଆଗକୁ ପାଦ ବଢାନ୍ତୁ। ବ୍ୟବସାୟ, ପରିବହନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟା ରହିବ।
ତୁଳା
ତୁଳା
ସମସ୍ୟା ଲାଗିରହିଥିଲେ ମଧ୍ୟ ଆପଣଙ୍କର କୌଣସି କାମ ଅଟକିବ ନାହିଁ। ଆର୍ଥିକ ସ୍ଥିତି ମଜଭୁତ୍‌ ରହିବ ଏବଂ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଚତୁର୍ଥଭାବ ରାହୁ ଦୃଷ୍ଟ ହେତୁ ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ନ୍ୟାୟୋଚିତ ପରାମର୍ଶ ଏବଂ ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ବିଛା
ବିଛା
ରାଶିରେ କେତୁ ରହିଥିବାରୁ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ସାଧାରଣ କଥାକୁ କେନ୍ଦ୍ର କରି ସମ୍ପର୍କୀୟ ମୁହଁ ଫେରାଇ ନେବ। କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ଊଣା ହେବ ନାହିଁ। କଳା, ସାହିତ୍ୟ, ପ୍ରତିଯୋଗିତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ପରୋକ୍ଷଶତ୍ରୁତା କାରଣରୁ ଭଲ କାମ କରି ମଧ୍ୟ ପ୍ରଶଂସା ପାଇପାରିବେ ନାହିଁ। ରବି ଓ ଶୁକ୍ରଯୋଗରୁ ନୂତନ ଯୋଜନା, ଅବହେଳିତ କାମ, ବାକି ରହିଥିବା ଟଙ୍କା ପଇସା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ। ନିଜ ଲୋକମାନେ ଦାଉ ସାଧିବା ପାଇଁ ଚେଷ୍ଟା କରିପାରନ୍ତି। ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ।
ମକର
ମକର
ଦ୍ୱାଦଶସ୍ଥ ଶୁକ୍ର ଓ ରବିଙ୍କ ଦୁର୍ବଳତା କାରଣରୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗିରହିବ। କିନ୍ତୁ ସାମାଜିକ ସ୍ତରରେ ପ୍ରଶଂସା ଓ ପ୍ରୋସତ୍ାହନ ଲାଭ କରିବେ। ଦୀର୍ଘ ସମୟଧରି ବନ୍ଧୁଙ୍କୁ ପ୍ରତୀକ୍ଷା କରି ରହିବାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ରବି ଶତ୍ରୁ ନକ୍ଷତ୍ରରେ ରହିଥିବାରୁ ଆର୍ଥିକ ସଂକଟ ଦେଇ ଗତି କରିବେ।
କୁମ୍ଭ
କୁମ୍ଭ
ଆର୍ଥିକ ଦୁରବସ୍ଥା ଦୂରେଇ ନେବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ବ୍ୟବସାୟ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ସଭା ସମିତି, ଚୁକ୍ତିପତ୍ର, ପରିବହନ ଓ ନିର୍ମାଣ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ସକାଳୁ ସକାଳୁ ବନ୍ଧୁଙ୍କ ନିକଟରୁ ଶୁଭ ଖବର ପାଇ ଖୁସି ହୋଇଯିବେ। ନିକଟ ସମ୍ପର୍କୀୟମାନେ କୌଣସି ଆଲୋଚନା ସକାଶେ ଡାକି ପାରନ୍ତି। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁନାହିଁ। ମୁଖଭାବସ୍ଥ ମଙ୍ଗଳଙ୍କ ଦ୍ୱାରା ଅପ୍ରିୟସତ୍ୟ ଭାଷଣ ପାରିବାରିକ କଳହର କାରଣ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri