Posted inRasifala

ରାଶିଫଳ: ରବିବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ସାମାଜିକ ସ୍ତରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ବୃଷ
ବୃଷ
ଭାବପ୍ରବଣତା ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଯମତା ରକ୍ଷା ନ କଲେ ସ୍ବାସ୍ଥ୍ୟହାନି ଘଟିପାରେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାମାନ୍ୟ ଥଣ୍ଡାଜନିତ କାଶ, ଶ୍ୱାସଜନିତ ପୀଡା ସମସ୍ୟାର କାରଣ ହୋଇପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ। ପୁନର୍ବସୁ ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ସି˚ହ
ସି˚ହ
ଅତ୍ୟଧିକ ଖର୍ଚ୍ଚ ବଢିଯାଇଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁଁ ମଉଜ ମଜଲିସରେ ସମୟ ଅତିବାହିତ କରିବେ।
ତୁଳା
ତୁଳା
ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଏଜେନ୍‌ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଂଶସିତ ହେବେ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଯେ କୌଣସି କାମରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଜ୍ୟେଷ୍ଠା ନକ୍ଷତ୍ର ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି। ରାଜନୀତି, ପ୍ରେସ୍‌, ପବ୍ଲିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ପାଖ ପଡୋଶୀ ସହଯୋଗର ହାତ ବଢାଇବେ। ସାମାଜିକ ସ୍ତରରେ ଖଳ ଲୋକ ମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମସ୍ୟାମୂଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ।
କୁମ୍ଭ
କୁମ୍ଭ
ଆତ୍ମୀୟଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ସମୟ କଟାଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ମୀନମୀନ
କଠିନଶ୍ରମ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଅନ୍ୟମାନଙ୍କ ସହ ଆପଣଙ୍କର ଟୁପ୍‌ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଧୀରସ୍ଥିର ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri