Posted inRasifala

ରାଶିଫଳ: ରବିବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ସାମାଜିକ ସ୍ତରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ବୃଷ
ବୃଷ
ଭାବପ୍ରବଣତା ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଯମତା ରକ୍ଷା ନ କଲେ ସ୍ବାସ୍ଥ୍ୟହାନି ଘଟିପାରେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାମାନ୍ୟ ଥଣ୍ଡାଜନିତ କାଶ, ଶ୍ୱାସଜନିତ ପୀଡା ସମସ୍ୟାର କାରଣ ହୋଇପାରେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ। ପୁନର୍ବସୁ ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ସି˚ହ
ସି˚ହ
ଅତ୍ୟଧିକ ଖର୍ଚ୍ଚ ବଢିଯାଇଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ। ବନ୍ଧୁଙ୍କ ପରାମର୍ଶରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁଁ ମଉଜ ମଜଲିସରେ ସମୟ ଅତିବାହିତ କରିବେ।
ତୁଳା
ତୁଳା
ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଏଜେନ୍‌ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଂଶସିତ ହେବେ। ଭୁଲ୍‌ ବୁଝାମଣା ହେତୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଯେ କୌଣସି କାମରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଜ୍ୟେଷ୍ଠା ନକ୍ଷତ୍ର ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି। ରାଜନୀତି, ପ୍ରେସ୍‌, ପବ୍ଲିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ପାଖ ପଡୋଶୀ ସହଯୋଗର ହାତ ବଢାଇବେ। ସାମାଜିକ ସ୍ତରରେ ଖଳ ଲୋକ ମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମସ୍ୟାମୂଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବ।
କୁମ୍ଭ
କୁମ୍ଭ
ଆତ୍ମୀୟଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅବସର ବିନୋଦନ କ୍ଷେତ୍ରରେ ପଡୋଶୀଙ୍କ ସହ ମିଷ୍ଟାଳାପରେ ସମୟ କଟାଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ମୀନମୀନ
କଠିନଶ୍ରମ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଅନ୍ୟମାନଙ୍କ ସହ ଆପଣଙ୍କର ଟୁପ୍‌ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଧୀରସ୍ଥିର ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?