Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢ଼ାଇବ। ଅଶ୍ୱିନୀ ନକ୍ଷତ୍ରର ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଆପଣଙ୍କୁ ଭଲ ଲାଗିବ ନାହିଁ। ପାପଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ପରିବାରରେ ଉତ୍ଥାନ ପତନ ଲାଗିରହିବ।
ବୃଷ
ବୃଷ

ଆଜି ଦ୍ୱିଜା ନକ୍ଷତ୍ର କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ଶାରୀରିକ ଅସୁସ୍ଥତା ଜନିତ ପୀଡ଼ାରେ କଷ୍ଟ ପାଇବାର ସୂଚନା ରହିଛି। ଆର୍ଥିକ ସ୍ଥିତି ପୂର୍ବପରି ରହିବ କିନ୍ତୁ ବନ୍ଧୁଙ୍କ ସହ ମତାନ୍ତର ଘଟିପାରେ।

ମିଥୁନ
ମିଥୁନ
ବୁଧ ଓ ଶୁକ୍ରଙ୍କ ପ୍ରଭାବରୁ ବନ୍ଧୁମିଳନ ସହ ପାରିବାରିକ ଜୀବନ ମଧ୍ୟ ସୁଖରେ କଟିବ। ମୃଗଶିରା ନକ୍ଷତ୍ର ଅଫିସରେ କିଛି କଡ଼ା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ। ପୂର୍ବରୁ ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦଳାଇ ଅସହଯୋଗ କରିପାରନ୍ତି।
କର୍କଟ
କର୍କଟ
ରାହୁ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ପଛକୁ ଫେରିବେ ନାହିଁ। ଶିଳ୍ପ,ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ। ପୁନର୍ବସୁ ନକ୍ଷତ୍ରର ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।
ସି˚ହ
ସି˚ହ
ନୀଚାରୋହୀ ରବିଙ୍କ ଯୋଗୁ ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦୃଢ଼ ମନୋବଳ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। ପୂର୍ବାଫାଲ୍ଗୁନୀ ନକ୍ଷତ୍ର ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାରଣ ନ ଥାଇ ମଧ୍ୟ ସମାଲୋଚିତ ହେବାକୁ ପଡ଼ିବ।
କନ୍ୟା
ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାରେ ପଡ଼ୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେଲେ ମଧ୍ୟ କାମ ଅଟକିବ ନାହିଁ। ପରିବାରର ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆପଣ କାହାର ମିଠା କଥାରେ ଭାସିବୁଲିଲେ ଅସୁବିଧାରେ ପଡ଼ିବେ। ଖଳ ଲୋକମାନଙ୍କ ପ୍ରାୟୋଜିତ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
କର୍ମସ୍ଥାନରେ ଶୁକ୍ର ଥିବାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖାପଢ଼ାରୁ, କଳା,ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗିରହିବ।
ମକର
ମକର

କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି। ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।

କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କିଛି ସମସ୍ୟା ଓ ପରିବାରରେ ହଠାତ୍ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହୋଇପାରେ। ଜମିଜମା,କଳକାରଖାନା,ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବାର ସୂଚନା ରହିଛି।
ମୀନମୀନ

ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ପରିବାରରେ ଛୋଟ କଥାକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ଗୃହ କାମରେ ବ୍ୟସ୍ତ ରହି ବନ୍ଧୁଙ୍କ କଥାକୁ ପାସୋରି ଦେଇ ପାରନ୍ତି। ଆଜିର ଯାତ୍ରା,ଆନୁଷ୍ଠାନିକ କାମ,ବ୍ୟବସାୟ ମନ୍ଦ ହେବନି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri