Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
ଗତକାଲିଠାରୁ ପାରିବାରିକ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ ଦ୍ୱନ୍ଦ୍ୱରେ ପଡି କୌଣସି ନୂତନ କାମ ଆରମ୍ଭ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁଁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଭ୍ରାତୃବର୍ଗ ଦ୍ୱାରା ପାଖ,ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମାଧାନ କରିବେ।
ବୃଷ
ବୃଷ

କର୍ମକ୍ଷେତ୍ରରେ ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।

ମିଥୁନ
ମିଥୁନ
ନିଜ ସମ୍ପର୍କୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ଅଫିସରେ ପରସ୍ପର ଗୋଡଟଣା ଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ।
କର୍କଟ
କର୍କଟ
ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ହୋଇ ଯିବା କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇ ମନ ଖୁସୀ ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଅଶ୍ଳେଷା ନକ୍ଷତ୍ର ସକାଶେ ଆତ୍ମୀୟ ମାନଙ୍କ ଅସହଯୋଗ କାର୍ଯ୍ୟହାନିର କାରଣ ହୋଇପାରେ।
ସି˚ହ
ସି˚ହ
ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିବେ। ମଘା ନକ୍ଷତ୍ରର ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କୌଣସି କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
କନ୍ୟା
ଦୀର୍ଘଦିନର ଆଶା ପୂରଣ ହେବା ସଙ୍ଗକୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ନୂତନ କିଛି ଯୋଡିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି। ପବ୍ଲିକେଶନରେ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଆଜି କୌଶଳରେ କାମ ହାସଲ କରି ଯେତିକି ଖୁସୀ ହେବେ, ପରିବାରରେ ଅଶାନ୍ତିର ବାତାବରଣରୁ ସେତିକି ଦୁଃଖୀ ହୋଇପାରନ୍ତି। ସାମାଜିକ ସ୍ତରରେ ଧର୍ମକାର୍ଯ୍ୟ କରି ଏବଂ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବନ୍ଧୁମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇବେ।
ବିଛା
ବିଛା
କାର୍ଯ୍ୟହାସଲ ସକାଶେ ବହୁତ ଝଡଝଞ୍ଜା ମଧ୍ୟ ଦେଇ ଗତି କରିବାକୁ ପଡିବ। ଭୁଲ୍‌ ବୁଝାମଣା କାରଣରୁ ଅନ୍ୟମାନଙ୍କ ସହ ସୁସମ୍ପର୍କରେ ବାଧା ଉପୁଜିବ। ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବା ହେତୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। କିନ୍ତୁ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚିତ ହେବାକୁ ପଡିପାରେ। ଜମିଜମା, ଗୃହ କିମ୍ବା ଯାନ୍ତ୍ରିକ ଜିନିଷ କିଣାବିକା କ୍ଷେତ୍ରରେ
ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମକର
ମକର

ଦୀର୍ଘଦିନରୁ ଲାଗି ରହିଥିବା ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଓ କାର୍ଯ୍ୟ ଅବଶ୍ୟ ହାସଲ କରିବେ। ପୁରାତନ ରୋଗ ପୀଡା, ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି। ବନ୍ଧୁଙ୍କ ସହାୟତା ନେଇ ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ।

କୁମ୍ଭ
କୁମ୍ଭ
ଦିନଟି ବହୁତ ଭଲ ଏପରି କି ବାଣିଜ୍ୟ, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରୁ ସୁଫଳ ମିଳିବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ। ଘରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ଲାଗିରହିଥିବା ସମସ୍ୟା ସୁଧୁରିଯିବା କାରଣରୁ ପାରିବାରିକ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟରେ ଭାଗୁଆଳିମାନଙ୍କ ସହ ମାନମନାନ୍ତର ଦେଖା ଦେଇପାରେ। ଧାତୁ, ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅପେକ୍ଷା କରନ୍ତୁ ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri