Posted inRasifala

ରାଶିଫଳ: ଶୁକ୍ରବାର, ମେ ୦୭ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ବ୍ୟସ୍ତ ବିବ୍ରତ ମଧ୍ୟରେ ସମୟକୁ ଗଡ଼ାଇନେବେ। ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ପରିବହନ, ସଂଗଠନ ରାଜନୀତି ପାଇଁ ଦିନଟି ବହୁତ ଭଲ। କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ ନାହିଁ। ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ।
ବୃଷ
ବୃଷ
ସାମୂହିକ କାମରେ ବନ୍ଧୁମାନଙ୍କ ପ୍ରଶଂସାସୂଚକ ବାକ୍ୟ ଆପଣଙ୍କୁ ଭାବ ବିଭୋର କରାଇବ। ପରିବାରରେ ପିଲାମାନଙ୍କ ରୁଗ୍‌ଣ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ଅବୁଝା ବ୍ୟକ୍ତିଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଅନ୍ୟକୁ ଆପଣାର କରିବାକୁ ଯାଇ ଖର୍ଚ୍ଚକୁ ନ ଡରି କାମ କରିବେ। ଟିକିଏ ହସ ମିଶ୍ରିତ ମଧୁର କଥା ସକାଶେ ଲକ୍ଷ୍ୟହୀନ ଭ୍ରମଣ ମଧ୍ୟ କରିପାରନ୍ତି। ପରିବାରରେ ମନୋମାଳିନ୍ୟ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ମିଳିବାର ଆଶା କରାଯାଇପାରେ। ଅକସ୍ମାତ୍‌ ମଧ୍ୟାହ୍ନରେ ବନ୍ଧୁମାନଙ୍କଠାରୁ ଖୁସୀ ଖବର ମିଳିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସ୍ବଇଚ୍ଛାରେ ନିଜ ମୁଣ୍ଡ ଉପରକୁ ଦାୟିତ୍ୱ ନେଇ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଦୂରଯାତ୍ରାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯିବାର ସୂଚନା ରହିଛି। ଆର୍ଥିକ ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ।
ସି˚ହ
ସି˚ହ
ସ୍ବାସ୍ଥ୍ୟହାନିଜନିତ ସାମୟିକ ମନ ମାନ୍ଦା ରହିଲେ ମଧ୍ୟ ବନ୍ଧୁଙ୍କ ଆଶ୍ୱାସନାରୁ ମନ ବଦଳିଯିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ସମ୍ପର୍କୀୟଙ୍କଠାରୁ ଆବଶ୍ୟକତାଠାରୁ ଅଧିକ ଟଙ୍କା ପାଇ ଖୁସି ହେବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
ବନ୍ଧୁମାନଙ୍କ ଗହଣରେ ଖୁସୀରେ ସମୟ କଟାଇବେ ଓ ଖାଇବାକୁ ମଧ୍ୟ ଭଲ ମିଳିବ। କର୍ମକ୍ଷେତ୍ରରେ ଚାଲାକ୍‌ କାମ କରି ଆକସ୍ମିକ ଭାବେ ନୂତନ ସମସ୍ୟାକୁ ମଧ୍ୟ ସୁଧାରି ନେବେ। ପୁରାତନ ଗାଡ଼ିଟି ବିକ୍ରି ହୋଇଯିବା ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇ ପାରନ୍ତି। ସାମାଜିକ କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ତୁଳା
ତୁଳା
ଅସୁବିଧାକୁ ମନ ଭିତରେ ବାନ୍ଧି ରଖିଲେ କେବଳ ମାନସିକ କଷ୍ଟ ପାଇବା ବ୍ୟତୀତ କିଛି ଲାଭ ହେବନି। ଏଣେ ଘର କାମରେ ମନ ଲାଗିବ ନାହିଁ ତେଣେ ଖେଳି, ବୁଲି ସମୟ ନଷ୍ଟ କରିବେ। ପାରିବାରିକ ଜୀବନ, ରାଜନୈତିକ ସ୍ଥିତି ଓ ଆନୁଷ୍ଠାନିକ କାମରେ ପ୍ରଗତି ହେତୁ ସାମୟିକ ଖୁସି ରହିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢି ବଢି ଯାଇପାରେ।
ବିଛା
ବିଛା
ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ କ୍ଷତିରେ ପଡିବେ। ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ସାଲିସ୍‌ କରି ଚଳିବା ଠିକ୍‌ ହେବ। ବ୍ୟବସାୟ ଓ ବାଣିଜ୍ୟରେ ଆୟ ବହୁମୁଖୀ ହେବ କିନ୍ତୁ ଖର୍ଚ୍ଚ ମଧ୍ୟ କିଛି କମିବାର ନାଇଁ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବା ସହ ବୌଦ୍ଧିକ ବିକାଶରୁ ବୁଦ୍ଧିଜୀବୀମାନଙ୍କ ପ୍ରଶଂସାଭାଜନ ହେବେ ।
ଧନୁ
ଧନୁ
ଅସଂଯମ ଜୀବନଚର୍ଯ୍ୟାରୁ ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ସମସ୍ୟାଗ୍ରସ୍ତ ହୋଇପାରନ୍ତି। ବ୍ୟସ୍ତ ନ ହୋଇ ଆକସ୍ମିକ ପରିସ୍ଥିତିର ମୁକାବିଲା କଲେ ଉପକୃତ ହେବେ। ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ କାମ କରିବା ଭଲ। ହଜି ଯାଇଥିବା ବନ୍ଧୁଙ୍କ ଖୋଜ ଖବର ପାଇପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ସାମନା କରି ଆଶା ପୂରଣ କରିପାରିବେ। ସତ୍‌ସଙ୍ଗ, ସଭାସମିତିରେ ବକ୍ତୃତା, ପ୍ରବଚନ, ଆନୁଷ୍ଠାନିକ କାମରେ ତଥା ପ୍ରତିଯୋଗିତାରେ ସଫଳ ହେବେ। ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିର୍ବିଘ୍ନରେ କାମ କରି ଚାଲନ୍ତୁ କିଛି ଅସୁବିଧା ହେବ ନାହିଁ। ଆଜିର ଯାତ୍ରାରେ ସମ୍ପର୍କୀୟ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ମିଳିବ। କିନ୍ତୁ ସତର୍କରେ ନ ଚଳିଲେ ବିଭିନ୍ନ ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ। ସାୟାହ୍ନେ ହଠାତ୍‌ ଜନଗହଳିପୂର୍ଣ୍ଣ ପରିବେଶରେ ସାଧାରଣ କଥାରେ କଳହର ଆଶଙ୍କା ରହିଛି। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡିପାରେ। ଆଲୋଚନା ସମାଲୋଚନା, ବିତର୍କ, ପ୍ରଶାସନ, ରାଜନୀତି, ସଂଗଠନ କ୍ଷେତ୍ରରୁ ସୁଫଳ ମିଳିବ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖା ଦେଇପାରେ। ଘରର ବରାଦ ଅନୁସାରେ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri