Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ଦୂରାଗତ ବନ୍ଧୁ ସାହାଯ୍ୟ କରିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ ଜମିଜମା କିଣାବିକା ଘଟଣାରେ ମନସ୍ତାପ କରିବାକୁ ପଡିବ ।
ବୃଷ
ବୃଷ
ଅନୁକୂଳ ଗ୍ରହ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ସାଙ୍ଗକୁ ପ୍ରଶଂସିତ ହୋଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନବଳ ଟାଣ ରହିବ ଓ ଅଟକି ରହିଥିବା କାମ ଶେଷ କରିବେ। ପରିବାର ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହେବେ।
ମିଥୁନ
ମିଥୁନ
ସମସ୍ୟା ଲାଗି ରହିଥିଲେ ମଧ୍ୟ କାମ ସଫଳତାର ସହ ସମ୍ପନ୍ନ କରିବେ। ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି । ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ସକାଶେ ଅନ୍ୟମାନଙ୍କର ପରାମର୍ଶକୁ ଶ୍ରେୟ ମନେକରିବେ।
କର୍କଟ
କର୍କଟ
ଶନିଙ୍କ ଦୃଷ୍ଟିରେ ରାଶିଥିବାରୁ ସତର୍କତା ଅଭାବରୁ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି କାମ କରିବା ଦ୍ୱାରା କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବେ। ବିନା କାରଣରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆର୍ଥିକ ଅନଟନକୁ ଦୂରେଇବାରେ ପଡ଼ୋଶୀଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଯାନବାହନ, କଳ କାରଖାନା, ହୋଟେଲ ଶିଳ୍ପ, ଲୌହ, ଷ୍ଟେସନେରି ବ୍ୟବସାୟରେ ଲାଭବାନ୍‌ ହେବେ। ମଘା ନକ୍ଷତ୍ର ସନ୍ତାନଙ୍କ କୃତିତ୍ୱରେ ଗର୍ବ ଅନୁଭବ କରିବେ।
କନ୍ୟା
ମଙ୍ଗଳ ନବମସ୍ଥ ଥିବାରୁ ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରି ପାରିବ ନାହିଁ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି । କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ସକାଶେ ସମର୍ଥ ହେବେ। କିଛି ଶୁଭ ଖବର ପାଇ ମନ ଭିତରେ ଲୁଚି ରହିଥିବା ଦୁଃଖ ଓ ନୈରାଶ୍ୟକୁ ପାସୋରି ଦେବେ ।
ତୁଳା
ତୁଳା
ସ୍ବଗୃହୀ ଚତୁର୍ଥକେନ୍ଦ୍ରସ୍ଥ ଶନି ହେତୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବାରେ ସଫଳତା ଅର୍ଜନ କରିବେ । ପରିବାରରେ ସାଧାରଣ କଥାରେ ତର୍କ କାରଣରୁ ମତ ପାର୍ଥକ୍ୟ ହୋଇପାରେ। ରଚନାତ୍ମକ କାମରେ,ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ। ଦୀର୍ଘଦିନ ଉପରାନ୍ତେ ଆରୋଗ୍ୟ ଲାଭ କରି ଖୁସି ହେବେ।
ବିଛା
ବିଛା
ପରୋକ୍ଷରେ ସୃଷ୍ଟି ହୋଇଥିବା ସମସ୍ୟାର ଆଜି ସହଜରେ ସମାଧାନ ହୋଇଯିବ। ଜ୍ୟେଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସାମାନ୍ୟ ପ୍ରତିବନ୍ଧକ ସାମୟିକ କାମଟିକୁ ଅଟକାଇ ଦେଇପାରେ।
ଧନୁ
ଧନୁ
ଗ୍ରହମାନଙ୍କ ଶୁଭାଶୁଭ ମିଶ୍ରିତ ଫଳ ଆଜିର ଜୀବନଚର୍ଯ୍ୟାକୁ ଭଲମନ୍ଦ ଦେଇ ଅତିବାହିତ କରାଇବ। ରଚନାତ୍ମକ କାର୍ଯ୍ୟ, ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ମକର
ମକର
ପାପମଧ୍ୟସ୍ଥ ଗୁରୁ ହେତୁ ବନ୍ଧୁଙ୍କ ପରାମର୍ଶ କ୍ରମେ କୌଣସି ନୂତନ କାର୍ଯ୍ୟରେ ଯୋଗ ଦେବାକୁ ସ୍ଥିର କରିପାରନ୍ତି। ବିବାଦୀୟ ଘଟଣା ଅମୀମାଂସିତ ରହିବା କାରଣରୁ ମାନସିକ ଯନ୍ତ୍ରଣା ପାଇବେ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପିଲାମାନଙ୍କ ଶିକ୍ଷା ଓ କୃତିତ୍ୱରେ ଆନନ୍ଦ ଅନୁଭବ କରିବେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରପଦ ନକ୍ଷତ୍ରର ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ, ଯଦ୍ଦ୍ବାରା କି ବନ୍ଧୁବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେବେ। କୌଣସି ଦୁଃଖାନ୍ତକ ବିଷୟରେ ପାଖ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିପାରନ୍ତି। ପାରସ୍ପରିକ ସହାନୁଭୂତି ମାଧ୍ୟମରେ ପାରିବାରକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବ।
ମୀନମୀନ
ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଯୁକ୍ତିତର୍କ ଓ ମତାନ୍ତର ଜନିତ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି। କଠୋର ପରିଶ୍ରମ କରି କର୍ମକ୍ଷେତ୍ରର ସମସ୍ୟାଗୁଡ଼ିକର ସମାଧାନ କରିବାରେ ସଫଳ ହେବେ। ରେବତୀ ନକ୍ଷତ୍ର ଦୋକାନବାଡି, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri