Posted inRasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୯ ତାରିଖ – Daily Horoscope

ମେଷ
ନିଜ ପରିସରର ବିଚାର ଆଲୋଚନାରେ ଭାଗନେଇ ଠିକ୍‌ ପରାମର୍ଶ ପ୍ରଦାନ କରି ପ୍ରଶଂସାର ପାତ୍ର ହେବେ। ସକରାରୀ ସ୍ତରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଦର ଅଭ୍ୟର୍ଥନା ମିଳିବ ।
ବୃଷ
ବୃଷ
ପରିବାରରେ ପାରସ୍ପରିକ ଦୋଷଦର୍ଶିତା ହେତୁ ପରିସ୍ଥତି ଗୋଳମାଳିଆ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ। କିନ୍ତୁ ନିଜର ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅଭାବ ପୂରଣ ଦିଗରେ ଚେଷ୍ଟିତ ହେବେ, ଅବଶ୍ୟ କିଛିଟା ରିହାତି ପାଇବେ ।
ମିଥୁନ
ମିଥୁନ
ଶାନ୍ତସରଳ ସ୍ବଭାବ ହେତୁ ବନ୍ଧୁଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ। ବନ୍ଧୁମାନଙ୍କ ପରିବର୍ତ୍ତିତ ମନୋଭାବ କାରଣରୁ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ । ବ୍ୟବସାୟରେ ଶାଖା ପ୍ରଶାଖା ବଢ଼ିବାର ପ୍ରଯନତ୍ କରିବେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି ।
କର୍କଟ
କର୍କଟ
ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ମାତ୍ର ସମସ୍ୟା ଛାଡିବ ନାହିଁ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପାରିବାରିକ କ୍ଷେତ୍ରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଆବଶ୍ୟକ ମନେକରୁଥିବା ଜିନିଷ ସମୂହକୁ କିଣି ପାରିବେ।
କନ୍ୟା
ଆର୍ଥିକ ସମସ୍ୟା ସଙ୍କଟଜନକ ସ୍ଥିତିରେ ପହଞ୍ଚତ୍ବ, କିନ୍ତୁ କର୍ମକ୍ଷେତ୍ର ସ୍ବାଭାବିକ ରହିବ। ପାରିବାରିକ ପ୍ରତିକୁଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ।
ତୁଳା
ତୁଳା
କେତୁଙ୍କ କୁପ୍ରଭାବରୁ ମାନସିକ ଓ ଶାରୀରିକ ସୁସ୍ଥତା ରହିବ ନାହିଁ। ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀମାନଙ୍କ ଦ୍ୱନ୍ଦ୍ୱଯୁକ୍ତ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । ପୁନଶ୍ଚ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ମଧ୍ୟ ଠିକ୍‌ ରହିବ ନାହିଁ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହେବେ। କୌଣସି ବନ୍ଧୁଙ୍କ ପ୍ରତାରଣା ମନକୁ ବେଶି ବାଧିବ। ଅସୁବିଧା ସୁଧାରିବା ପରିପ୍ରେକ୍ଷୀରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ଧନୁ
ଧନୁ
ଆଜିର ଗ୍ରହଯୋଗ ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାରେ ସମର୍ଥ ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ । ଦୀର୍ଘଦିନର ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଶାନ୍ତିରେ ନିଃଶ୍ୱାସ ମାରିବେ। କେତେକ କ୍ଷେତ୍ରରେ ଭୁଲ୍‌ କାମ କରି ପଶ୍ଚାତାପ କରିବେ।
ମକର
ମକର
ସମସ୍ୟା ଲାଗି ରହିଥିବାରୁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ସମୟର ପ୍ରତିକୂଳତା କାରଣରୁ ପ୍ରିୟଜନମାନେ କ୍ରମଶଃ ଦୂରେଇଯିବେ। ଜମିଜମା ବିବାଦ କ୍ରମଶଃ ଜଟିଳ ଆକାର ଧାରଣ କରିବ। ନିଜର ସୀମା ଭିତରେ ଜଗି ରଖି ଚଳିବା ଭଲହେବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାନ୍ୟ ଥଣ୍ଡା ଲାଗିରହିବା ହେତୁ ସ୍ବାସ୍ଥ୍ୟ ମଧ୍ୟ ବିଗିଡ଼ିଯିବ।
ମୀନମୀନ
କଠିନ ପରିଶ୍ରମ କରି ସ୍ଥଗିତକାମକୁ ସମ୍ପୂର୍ଣ୍ଣ କରିବେ। ସାହିତ୍ୟ, ଗବେଷଣା, ଆଲୋଚନା, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି । ସେବାମନୋବୃତ୍ତି କାରଣରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?