Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୯ ତାରିଖ– Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ। କିନ୍ତୁ ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ। ମଧ୍ୟାହ୍ନ ପରେ ପରେ ଦେଇଥିବା ଜିନିଷ ଫେରି ପାଇବେ କିମ୍ବା ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ।
ବୃଷ
ବୃଷ
ଆଜି ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ମାଙ୍ଗଳିକ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। କଳା, ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାରର ସଂଘର୍ଷମୟସ୍ଥିତି କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ମନକଥା ମନରେ ରଖିପାରିବେ ନାହିଁ, ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ବାଧ୍ୟ ହେବେ। ନିଜର ସହକର୍ମୀଙ୍କ ପ୍ରତ୍ୟେକ କଥା ଓ କାର୍ଯ୍ୟକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି।
କର୍କଟ
କର୍କଟ
ଭାବପ୍ରବଣତାରେ ଭାସିଯାଇ ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେବାରୁ ସମସ୍ୟା ଉପୁଜିପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ ନତୁବା ଅସୁବିଧାରେ ପଡିବେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ନିର୍ମାଣ, ଯୋଗାଯୋଗ, ପ୍ରେସ୍‌, ପବ୍ଲ୍ଳିକେଶନ, ଆଲୋଚନା ଓ ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ।
ସି˚ହ
ସି˚ହ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସହଯୋଗ ଅଭାବରୁ ତାହା ମଉଳି ଯିବାକୁ ବସିପାରେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଯାତ୍ରା, କଚେରି ମାମଲା ସମ୍ପର୍କିତ କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କେତେକ ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ ବିଶେଷତଃ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଅତି ଜରୁରୀ ଅଟେ।
କନ୍ୟା
ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ଅନ୍ୟମାନେ ବିଭିନ୍ନ ପ୍ରକାରର ଟୀକାଟିପ୍ପଣୀ ଦେଇପାରନ୍ତି। ବନ୍ଧୁ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ।
ତୁଳା
ତୁଳା
ବାରମ୍ବାର ଚେଷ୍ଟା କରି ମଧ୍ୟ କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।
ବିଛା
ବିଛା
ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ। ଅଫିସ୍‌ରେ କେତେକ ବ୍ୟକ୍ତି ମଧ୍ୟ ନିଜର ଭଳି ଅଭିନୟ କରି ପଛରେ ବିଭିନ୍ନ ପ୍ରକାରର କଥା କହିବେ। ପରିବାରରେ ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ପ୍ରକାଶନ, ପ୍ରଶାସନ, ଚୁକ୍ତିପତ୍ର, ରାଜନୀତି, କଳା, ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ରହିଛି।
ଧନୁ
ଧନୁ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସାୟାହ୍ନେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି।
ମକର
ମକର
ଆଜି ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାରର କଥା କହି କାମ ହାସଲ କରିବେ। ସରକାରୀସ୍ତରରୁ ପ୍ରତୀକ୍ଷା କରିଥିବା କାୈଣସି ଖବର ପାଇ ଖୁସି ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କାହାର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ପରିବାରର ଅକୁହାକଥାକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଅଧସ୍ତନ କର୍ମଚାରୀମାନଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଆପଣଙ୍କୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆଜି ଦିନଟିରେ ବାଣିଜ୍ୟ ଓ ବ୍ୟବସାୟିକ ସଫଳତା ମିଳିବ।
ମୀନମୀନ
ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ର ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଚାଲୁରହିବ। କର୍ମକ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ଖାପଛଡ଼ା କଥା ଓ ବେଖାତିର ମନୋଭାବ ଯୋଗୁଁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri