Categories: Rasifala

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ
ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବାଣିଜ୍ୟରେ ସଫଳତା ହାସଲ ସାଙ୍ଗକୁ କରଜଦାତାଙ୍କ ଚାପର ସାମ୍ନା କରିବେ। ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଧର୍ମକାର୍ଯ୍ୟରେ ମନ ଦେଇପାରନ୍ତି।
ବୃଷ
ଶନିଦୃଷ୍ଟ ମଙ୍ଗଳ ଯୋଗୁ ପ୍ରଲୋଭିତ ଜିନିଷକୁ ହାସଲ କରିବା ପାଇଁ ଚେଷ୍ଟିତ କରାଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କଲେ ସଫଳତା ପାଇବେ। ବନ୍ଧୁଙ୍କ ପରାମର୍ଶରେ ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରି ଆସିବ। କର୍ମକ୍ଷେତ୍ରରେ କେହି ଜଣେ ବିଘ୍ନ ଘଟାଇ ପାରନ୍ତି ।
ମିଥୁନ
ମୁଖଭାବରେ ରବି ଏବଂ ବୁଧ ଆପଣଙ୍କ ମନର ଭାବ ଓ ଭାଷାକୁ କଠୋର କରି ସମସ୍ୟା ସୃଷ୍ଟି କରିପାରନ୍ତି। ପରିବାରର ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ। ବନ୍ଧୁମାନଙ୍କ ପ୍ରେରଣା ଓ ପ୍ରୋତ୍ସାହନରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ବିବାଦୀୟ କ୍ଷେତ୍ରରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି।
କର୍କଟ
କୌଣସି ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃହସ୍ପତିଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବାର ସମ୍ଭାବନା ରହିଛି। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।
ସି˚ହ
ରାଶିରେ ଶୁକ୍ରଙ୍କ ସହିତ କେତୁ ଅବସ୍ଥାନ କରିଥିବାରୁ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଲାଗିରହିବ। ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଆଜି ଦିନଟି ବନ୍ଧୁମିଳନ, ମୂଲ୍ୟବାନ୍‌ ଜିନିଷ କ୍ରୟ, ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଭଲ। କରଜ କରି କାମ ଚଳାଇ ନେଇପାରନ୍ତି।
କନ୍ୟା
ଆଜିର ଅଷ୍ଟମ ଚନ୍ଦ୍ରଜନିତ ଟେନ୍ସନ ରହିଲେ ମଧ୍ୟ ଆଶା ଓ ଅଭିଳାଷ ଅବଶ୍ୟ ପୂରଣ ହେବ। ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଅଥବା ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି। ସାହିତ୍ୟ, ସଙ୍ଗୀତ, କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ।
ତୁଳା
ପାପଗ୍ରହ ମଧ୍ୟସ୍ଥ ସପ୍ତମ ଚନ୍ଦ୍ର ଯୋଗୁ ଆଜିର ଯାତ୍ରା ସମସ୍ୟାବହୁଳ ହେବ। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହେବାର ଆଶଙ୍କା ରହିଛି। ବନ୍ଧୁ ତଥା ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିପାରେ। ସାଂସ୍କୃତିକ କାର୍ଯ୍ୟକ୍ରମ, ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ଭାଗ୍ୟାଧିପ ଚନ୍ଦ୍ର ଷଷ୍ଠଭାବରେ ମିତ୍ରଗୃହୀ ଯୋଗୁ ଯାତ୍ରା, ବାଣିଜ୍ୟ ଓ କାର୍ଯ୍ୟସାଧନରେ ପ୍ରତିବନ୍ଧକ ରହିବ ନାହିଁ। ଆପଣ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରିପାରିଲେ ସଫଳତା ପ୍ରାପ୍ତ କରିବେ। ସତର୍କତା ରକ୍ଷା ନ କଲେ କୌଣସି ବିଜାତୀୟ ବ୍ୟକ୍ତିଙ୍କ ଦ୍ୱରା ନିନ୍ଦିତ କିମ୍ବା ଅପମାନିତ ହୋଇପାରନ୍ତି।
ଧନୁ
ସମସ୍ୟା ସମାଧାନ ସକାଶେ ବ୍ୟସ୍ତତା ଅନୁଭବ କରିପାରନ୍ତି। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ ପ୍ରମୋଦର ମଉକା ଜୁଟିବ। ପଡ଼ୋଶୀଙ୍କ ସାହାଯ୍ୟ ହେତୁ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ।
ମକର
ବଳହୀନ ରାଶ୍ୟାଧିପ ଭାଗ୍ୟଭାବକୁ ଅବଲୋକନ କରୁଥିବାରୁ ଉଦ୍ଦେଶ୍ୟ ପୂରଣ କରିବା କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ। ଅଭାବବଶତଃ ଇଚ୍ଛା କଲେ ମଧ୍ୟ କୌଣସି ମନସ୍ଥ ଜିନିଷକୁ କିଣି ନ ପାରି ପସ୍ତେଇପାରନ୍ତି। ଆଲୋଚନା, ଧାର୍ମିକ ସଂଗଠନ ତଥା ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ।
କୁମ୍ଭ
ଷଷ୍ଠାଧିପ ଚତୁର୍ଥଭାବରେ ଅବସ୍ଥାନ କରୁଥିବାରୁ ପାରିବାରିକ ସ୍ଥିତି ସାଙ୍ଗକୁ କର୍ମକ୍ଷେତ୍ର ସମସ୍ୟାବହୁଳ ରହିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ରିସ୍କ ପଦକ୍ଷେପ ଗ୍ରହଣ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ। ପ୍ରିୟଜନମାନଙ୍କ ସହିତ ଆଜିର ପ୍ରାତଃ ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ମୀନ
ଶୁଭଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଭ୍ରମଣ ସାଙ୍ଗକୁ ଆକର୍ଷଣୀୟ ଜିନିଷ ପ୍ରାପ୍ତିର ଯୋଗ ରହିଛି। କର୍ମକ୍ଷେତ୍ରରେ ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ କରିବେ। ଆଜି କାମ ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇପାରେ। ପରିବହନ, ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମରେ ସମସ୍ୟା ସମାଧାନ ହୋଇଯିବ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.