Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ନିଜ ବ୍ୟବହାର୍ଯ୍ୟ ଅତ୍ୟାବଶ୍ୟକ ଜିନିଷଟି ଅପରକୁ ଦେଇ ଅପଦସ୍ତ ହୋଇପାରନ୍ତି । ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଶ୍ୱିନୀ ନକ୍ଷତ୍ର ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି । ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ସୁଯୋଗ ହାତଛଡା ହୋଇପାରେ । କୃତିକା ନକ୍ଷତ୍ର ବ୍ୟକ୍ତିଙ୍କୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ ।
ମିଥୁନ
ମିଥୁନ
ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡିବ । କିନ୍ତୁ ଗୃହ ସମସ୍ୟାର ସମାଧାନ, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଧୈର୍ଯ୍ୟହରା ନ ହୋଇ ପ୍ରତ୍ୟେକ ପରିସ୍ଥିତିର ମୁକାବିଲା କରିପାରିଲେ ସଫଳତା ପାଇବେ । ଆରଦ୍ରା ନକ୍ଷତ୍ର ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିର ରହିପାରନ୍ତି ।
କର୍କଟ
କର୍କଟ
ମାନସିକ ସ୍ଥିରତା ଅବ୍ୟାହତ ରଖିଲେ ବହୁତ ଉପକାର ପାଇବେ । ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି । ବିଦେଶରେ ରହୁଥିବା ବ୍ୟକ୍ତିମାନେ ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଋଣଭାରରେ ଅତିଷ୍ଠ ହୋଇ ପାରନ୍ତି ଏବଂ ଅନ୍ୟକୁ ସରଳ ବିଶ୍ୱାସ କରି ଠକି ଯାଇ ପାରନ୍ତି । ନୂଆ ଯୋଜନାର ଉପରେ ଗୁରୁତ୍ୱ ଦେଲେ, ଅବଶ୍ୟ ସଫଳତା ମିଳିବ । ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତି ବୋଧ କରିବେ ।
କନ୍ୟା
ଆଜିର ପ୍ରତ୍ୟୁଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ । ଧୈର୍ଯ୍ୟର ସହ ସମସର ସହ ସମସ୍ୟାର ମୁକାବିଲା କରି ପାରିଲେ ସଫଳତା ପାଇବେ । ତଥାପି ଚିତ୍ରା ନକ୍ଷତ୍ରର ଟେନସନ୍ କିିଛି ମାତ୍ରାରେ ଲାଗିରହିବ । ପୂର୍ବଶତ୍ରୁତାରୁ ମାନସିକ ବ୍ୟଥା ଅନୁଭବ କରିପାରନ୍ତି ।
ତୁଳା
ତୁଳା
ବହୁତ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂର ଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଆପଣଙ୍କ ଉଦ୍ୟମ ସଫଳ ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି । ଗବେଷଣା, ଅନୁସନ୍ଧାନ, ଚୁକ୍ତିପତ୍ର, ଆନୁଷ୍ଠାନିକ ଆଲୋଚନା ଓ ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟ ହେବେ ।
ବିଛା
ବିଛା
ଛୋଟଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ ଅଯଥା ମାନସିକ ଅଶାନ୍ତିକୁ ବଢାଇବା ବ୍ୟତୀତ କିଛି ଲାଭ ହେବନି । ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରି ପାରନ୍ତି । ସ୍ନାୟବିକ ଦୁର୍ବଳତା ଦେଖାଦେବା କାରଣରୁ ଆଳସ୍ୟ ଅନୁଭବ କରିବେ । ଅନୁରାଧା ନକ୍ଷତ୍ରର ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ ।
ଧନୁ
ଧନୁ
ଆଜି ଉତରାଷାଢା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ଆପଣ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଫଳରେ ଏଥି ପାଇଁ ଚିନ୍ତା କରିପାରନ୍ତି ।
ମକର
ମକର
ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ । ପାଖ ପଡୋଶୀଙ୍କ ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ । ଧନିଷ୍ଠା ନକ୍ଷତ୍ରର ବହୁତ ଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ । କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲ୍କା କରିବାରେ ସମର୍ଥ ହେବେ । ନିର୍ମାଣ, ଶେୟାରବଜାର, ଜମିଜମା କାରବାର ତଥା ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ ।
ମୀନମୀନ
ଅନ୍ୟମାନଙ୍କର ଫୁସୁଲା ଫୁସୁଲି କଥାରେ ପଶନ୍ତୁ ନାହିଁ କାରଣ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଆପୋଷ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ଶାରିରୀକ ସୁସ୍ଥତା ସହିତ ବନ୍ଧୁଙ୍କ ପରାମର୍ଶ ପାଇ କାର୍ଯ୍ୟ ହାସଲ କରିବେ । ଆତ୍ମୀୟସ୍ବଜନଙ୍କ ସାହାଯ୍ୟ ଓ ସହ ଯୋଗ ଲାଭକରି ଉତରଭାଦ୍ରବ ନକ୍ଷତ୍ର କାର୍ଯ୍ୟହାସଲ କରିପାରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri