Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ
ଆଜିର ଏକାବଳୀ ଯୋଗର ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ନିଜ ବ୍ୟବହାର୍ଯ୍ୟ ଅତ୍ୟାବଶ୍ୟକ ଜିନିଷଟି ଅପରକୁ ଦେଇ ଅପଦସ୍ତ ହୋଇପାରନ୍ତି । ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଶ୍ୱିନୀ ନକ୍ଷତ୍ର ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ ।
ବୃଷ
ବୃଷ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୈାଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି । ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ସୁଯୋଗ ହାତଛଡା ହୋଇପାରେ । କୃତିକା ନକ୍ଷତ୍ର ବ୍ୟକ୍ତିଙ୍କୁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ ।
ମିଥୁନ
ମିଥୁନ
ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡିବ । କିନ୍ତୁ ଗୃହ ସମସ୍ୟାର ସମାଧାନ, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଧୈର୍ଯ୍ୟହରା ନ ହୋଇ ପ୍ରତ୍ୟେକ ପରିସ୍ଥିତିର ମୁକାବିଲା କରିପାରିଲେ ସଫଳତା ପାଇବେ । ଆରଦ୍ରା ନକ୍ଷତ୍ର ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିର ରହିପାରନ୍ତି ।
କର୍କଟ
କର୍କଟ
ମାନସିକ ସ୍ଥିରତା ଅବ୍ୟାହତ ରଖିଲେ ବହୁତ ଉପକାର ପାଇବେ । ପରିବାରର ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି । ବିଦେଶରେ ରହୁଥିବା ବ୍ୟକ୍ତିମାନେ ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ସି˚ହ
ସି˚ହ
ପୂର୍ବାଫାଲଗୁନୀ ନକ୍ଷତ୍ର ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଋଣଭାରରେ ଅତିଷ୍ଠ ହୋଇ ପାରନ୍ତି ଏବଂ ଅନ୍ୟକୁ ସରଳ ବିଶ୍ୱାସ କରି ଠକି ଯାଇ ପାରନ୍ତି । ନୂଆ ଯୋଜନାର ଉପରେ ଗୁରୁତ୍ୱ ଦେଲେ, ଅବଶ୍ୟ ସଫଳତା ମିଳିବ । ଦେହ ଭଲ ରହିବ, ମାତ୍ର ଶ୍ରମଜନିତ କ୍ଳାନ୍ତି ବୋଧ କରିବେ ।
କନ୍ୟା
ଆଜିର ପ୍ରତ୍ୟୁଷ ଯାତ୍ରା ନିଶ୍ଚିତ ଫଳପ୍ରଦ ହେବ । ଧୈର୍ଯ୍ୟର ସହ ସମସର ସହ ସମସ୍ୟାର ମୁକାବିଲା କରି ପାରିଲେ ସଫଳତା ପାଇବେ । ତଥାପି ଚିତ୍ରା ନକ୍ଷତ୍ରର ଟେନସନ୍ କିିଛି ମାତ୍ରାରେ ଲାଗିରହିବ । ପୂର୍ବଶତ୍ରୁତାରୁ ମାନସିକ ବ୍ୟଥା ଅନୁଭବ କରିପାରନ୍ତି ।
ତୁଳା
ତୁଳା
ବହୁତ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂର ଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଆପଣଙ୍କ ଉଦ୍ୟମ ସଫଳ ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିପାରନ୍ତି । ଗବେଷଣା, ଅନୁସନ୍ଧାନ, ଚୁକ୍ତିପତ୍ର, ଆନୁଷ୍ଠାନିକ ଆଲୋଚନା ଓ ଅର୍ଥନୈତିକ କ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଚଳିବାକୁ ବାଧ୍ୟ ହେବେ ।
ବିଛା
ବିଛା
ଛୋଟଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ ଅଯଥା ମାନସିକ ଅଶାନ୍ତିକୁ ବଢାଇବା ବ୍ୟତୀତ କିଛି ଲାଭ ହେବନି । ବିଶ୍ୱସ୍ତ ସୂତ୍ରରୁ ଆଶା କରୁଥିବା ଖବର ପାଇ ସାମୟିକ ଆଶ୍ୱସ୍ତି ଅନୁଭବ କରି ପାରନ୍ତି । ସ୍ନାୟବିକ ଦୁର୍ବଳତା ଦେଖାଦେବା କାରଣରୁ ଆଳସ୍ୟ ଅନୁଭବ କରିବେ । ଅନୁରାଧା ନକ୍ଷତ୍ରର ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ ।
ଧନୁ
ଧନୁ
ଆଜି ଉତରାଷାଢା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ । ବିବାଦୀୟ ପରିସ୍ଥିତିରେ ଆପଣ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି । ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଫଳରେ ଏଥି ପାଇଁ ଚିନ୍ତା କରିପାରନ୍ତି ।
ମକର
ମକର
ଆଜି ଚେଷ୍ଟା କରୁଥିବା କାର୍ଯ୍ୟରେ ଅବଶ୍ୟ ସଫଳତା ପାଇବେ । ପାଖ ପଡୋଶୀଙ୍କ ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାକୁ ଭାବିଚିନ୍ତି କରିବା ଭଲ ହେବ । କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ । ଧନିଷ୍ଠା ନକ୍ଷତ୍ରର ବହୁତ ଦିନର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସ୍ଥିରତାକୁ ବୃଦ୍ଧି କରିପାରେ । କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲ୍କା କରିବାରେ ସମର୍ଥ ହେବେ । ନିର୍ମାଣ, ଶେୟାରବଜାର, ଜମିଜମା କାରବାର ତଥା ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ ।
ମୀନମୀନ
ଅନ୍ୟମାନଙ୍କର ଫୁସୁଲା ଫୁସୁଲି କଥାରେ ପଶନ୍ତୁ ନାହିଁ କାରଣ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଆପୋଷ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ । ଶାରିରୀକ ସୁସ୍ଥତା ସହିତ ବନ୍ଧୁଙ୍କ ପରାମର୍ଶ ପାଇ କାର୍ଯ୍ୟ ହାସଲ କରିବେ । ଆତ୍ମୀୟସ୍ବଜନଙ୍କ ସାହାଯ୍ୟ ଓ ସହ ଯୋଗ ଲାଭକରି ଉତରଭାଦ୍ରବ ନକ୍ଷତ୍ର କାର୍ଯ୍ୟହାସଲ କରିପାରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri