Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ
ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯାଇପାରେ, ଯାହା କି ଆଜିର ଟେନ୍ସନର ମୁଖ୍ୟ କାରଣ ହେବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଅନୁଭବ କରିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ରଚନାତ୍ମକ କାର୍ଯ୍ୟ ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ

ପରିବାର ସଦସ୍ୟଙ୍କ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ଅବହେଳାଜନିତ କୌଣସି ଉପଚାର କରି ନ ପାରି ମନସ୍ତାପ କରିବେ।

ମିଥୁନ
ମିଥୁନ
ବିଶେଷ ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। ଅସ୍ଥିର ମନ ହେତୁ କଥାରେ ସଂଯମତା ହରାଇବେ ଓ ସମସ୍ୟାକୁ ଡାକି ଆଣିଲା ଭଳି କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବାର ସୁଯୋଗ ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍‌ ଭାବରେ ସାମନା କରିବାର ସାହସ ଜୁଟିଯିବ। କିନ୍ତୁ ଚନ୍ଦ୍ର ଯୁକ୍ତ ରାହୁ ହେତୁ ଅନ୍ୟମନସ୍କତା କାରଣ ଜନିତ କେତେକ ଭୁଲ୍‌ କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କଚେରି ମାମଲାର ଆଶୁ ଶୁଣାଣି ହେବ କିନ୍ତୁ ସନ୍ତୋଷ ପାଇପାରିବେ ନାହିଁ।
ସି˚ହ
ସି˚ହ
ପୂର୍ବ ଶତ୍ରୁତାର କୁଫଳ ସଦୃଶ ନିକଟ ସମ୍ପର୍କୀୟ ମାନଙ୍କ କାର୍ଯ୍ୟକଳାପ ଅସହ୍ୟ ହୋଇପାରେ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ କାମର ଚାପ ବଢିଯାଇପାରେ। ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ।
କନ୍ୟା
ପରିବାର ଭିତରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି।
ତୁଳା
ତୁଳା
ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ସକାଶେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ବାକି ରହିଯାଇଥିବା ବହୁତ ଗୁଡାଏ କାମ ସକାଶେ ଟେନ୍ସନ ବଢିଯିବ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ପରୋକ୍ଷ ଶତ୍ରୁତା ମଧ୍ୟ ସୃଷ୍ଟି ହେବ।
ବିଛା
ବିଛା
ଆଜି ବୃହସ୍ପତି ଦୃଷ୍ଟ ଚନ୍ଦ୍ର ପ୍ରଭାବରୁ ପ୍ରିୟଜନଙ୍କ ସାନ୍ନିଧ୍ୟରୁ ମନ ଖୁସୀ ରହିବ। କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଆଜିର ଯାତ୍ରାରେ ଲକ୍ଷ୍ୟପୂରଣ,ପାରିବାରିକ ସୌହାର୍ଦ୍ଦ୍ୟ,ଶୁଭଖବର ଏବଂ ବ୍ୟବସାୟିକ ଉନ୍ନତି ଘଟିବ। ରାଜନୀତି, ନୂତନ କର୍ମାରମ୍ଭ, କଳା ଓ ଏଜେନ୍ସିପ୍‌ ପ୍ରଭୃତିରୁ ସୁଫଳ ପାଇବେ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ଓ ପାରିବାରିକ ସୌଖ୍ୟ ମନକୁ ଆହ୍ଲାଦିତ କରିବ। କିନ୍ତୁ ଅନ୍ୟମନସ୍କତା କିମ୍ବା ବିସ୍ମରଣ ଜନିତ କୌଣସି ଜିନିଷ ହରାଇ ଦୁଃଖାନୁଭବ କରିପାରନ୍ତି। ସ୍ଥଗିତ କାମକୁ ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
ମକର
ମକର

ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଅଭିଳାଷ ପୂରଣରୁ ମାନସିକ ଶାନ୍ତି, ବନ୍ଧୁମିଳନରୁ ଆନନ୍ଦ ଲାଭ କରିବେ। ଅଷ୍ଟମସ୍ଥ ଶୁକ୍ର ଆପଣଙ୍କୁ ଭ୍ରମଣ, ନୂତନସ୍ଥାନ ପରିଦର୍ଶନ ଏବଂ ମନୋରଞ୍ଜନର ସୁଯୋଗ ଆଣିଦେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।

କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପୂର୍ବଭାଦ୍ରବର ନକ୍ଷତ୍ର ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ

ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ଆଜି ସହଜଲଭ୍ୟ ହୋଇପାରିବ। ଆନୁଷ୍ଠାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ। ଉତ୍ତରଭାଦ୍ରବ ନକ୍ଷତ୍ର ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri