Categories: Rasifala

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ
ଆଜି ବନ୍ଧୁବାନ୍ଧବ,ସହକର୍ମୀ,ଧାରକରଜ,ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ସ୍ୱାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଦୂରେଇଯାଇପାରନ୍ତି।
ବୃଷ
ସକାଳୁ ସକାଳୁ ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟିକରିବ। ଘରେ ଅସାବଧାନତାବଶତଃ କୌଣସି ମୂଲ୍ୟବାନ୍‌ ଦବ୍ର୍ୟ ନଷ୍ଟହୋଇପାରେ। ହଠାତ୍‌ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ମାନସିକ ଅସ୍ଥିରତା କାରଣରୁ ଠିକ୍‌ ନିଷ୍ପତ୍ତି ନେବା କଷ୍ଟକର ହୋଇପାରେ।
ମିଥୁନ
ସ୍ବାସ୍ଥ୍ୟହାନି ସାଙ୍ଗକୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟାକଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। କଠିନ ଶ୍ରମଜନିତ ସାମୟିକ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଇପାରେ।
କର୍କଟ
 ଆତ୍ମୀୟଙ୍କ ପାଇଁ କାମ କଲେ ମଧ୍ୟ ପ୍ରତିବଦଳରେ ସାମାନ୍ୟ ପ୍ରଶଂସାସୂଚକ କଥା ପଦେ ମଧ୍ୟ ଶୁଣିବାକୁ ପାଇବେ ନାହିଁ। ଦୂରଯାତ୍ରା ସମୟରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ବ୍ୟବସାୟ, ପରିବହନ, ସଭାସମିତି, ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁ ଗହଣରେ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତିତ ରହିବେ।
ସି˚ହ
ହଠାତ୍‌ ସକାଳୁ କିଛି ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ନିକଟସ୍ଥ ବ୍ୟକ୍ତି ବିଶେଷ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ,ସତର୍କ ନ ରହିଲେ ସାମାନ୍ୟ ଆଘାତ ଲାଗିପାରେ। ରଚନାମତ୍କ କାମ, ସାହିତ୍ୟ,ସାମ୍ବାଦିକତା,ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିବେ। ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟିକରିବ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟିହୋଇଥିବା ପରିସ୍ଥିତି ସମ୍ଭାଳି ନେବେ।
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବ୍ୟବସାୟରେ ମନୋବଳ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ, ଅବଶ୍ୟ ଲାଭବାନ୍‌ ହେବେ । କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଚିନ୍ତା ବଢ଼ିପାରେ। ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ଆଜି ଆକସ୍ମିକ ଭାବରେ ସକାଳୁ ସକାଳୁ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଆଶା ଦୁର୍ଲଭ ହୋଇପଡିବ। ଫେରନ୍ତା ବାଟରେ ଶତ୍ରୁ କବଳରୁ ଉପସ୍ଥିତି ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ।
ଧନୁ
ଘରର ପରିସ୍ଥିତି ଆପଣଙ୍କ ସକାଶେ ମନସ୍ତାପକୁ ବଢ଼ାଇପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରନ୍ବିତ କରିବ। ଦୀର୍ଘଦିନରୁ ପ୍ରତୀକ୍ଷା କରିଥିବା ଆଜି ସକାଳୁ ସକାଳୁ ଶୁଭଖବର ପାଇ ଉଲ୍ଲସିତ ହେବେ। ବିଳାସବ୍ୟସନ କିମ୍ବା ସଭାସମିତିରେ ଆଲୋଚନା ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମିଠା ଓ ମଉଜିଆ କଥା କହି ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବା ପାଇଁ ଆପ୍ରାଣ ଉଦ୍ୟମ କରିପାରନ୍ତି। ନିର୍ମାଣାଧୀନ କାମଟି ଆଜି ବାସ୍ତବରେ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ସମସ୍ୟା ସୃଷ୍ଟିହୋଇପାରେ।
କୁମ୍ଭ
ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ହେବା ଦିଗରେ ବନ୍ଧଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ସମସ୍ୟା ମଧ୍ୟରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟାକଲେ ଉପକାର ମିଳିବ।
ମୀନ
ଆପଣ ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମାଧାନ ବଦଳରେ ସମସ୍ୟା ସୃଷ୍ଟି କରିବେ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ ସମସ୍ୟା ସୃଷ୍ଟି ହୋଇପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.