ମେଷ

କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପାରିବାରିକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ରଚନାମତ୍କ କାର୍ଯ୍ୟ, ସାହିତ୍ୟ ଚର୍ଚ୍ଚା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ

କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ସଭାସମିତିରେ ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ପଚାରିବା ପୂର୍ବରୁ କିଛି କହିବା କାରଣକୁ ନେଇ ପାରିବାରିକ ଅଶାନ୍ତି ଲାଗିରହିବ। ଆଜିର ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ

ନିଜ ଇଚ୍ଛା ଅନୁସାରେ କୌଣସି କାମ କରି ପରିବାରରୁ ସମାଲୋଚିତ ହେବାକୁ ପଡ଼ିବ। ଉପର ମନରେ ଭଲକଥା କହୁଥିବା ସହକର୍ମୀ ପରୋକ୍ଷ ଭାବରେ ଶତ୍ରୁତା ଆଚରଣ କରିବେ। ଏହା ସଙ୍ଗକୁ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ।
କର୍କଟ

କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରାରୁ ଖୁସି ରହିବେ ଓ ଆଶା କରିଥିବା ଜିନିଷ ମଧ୍ୟ ପାଇପାରିବେ। ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବାର ଯୋଗ ସଂଘଟିତ ହେବ।
ସି˚ହ

ପାରିବାରିକ ଅଥବା କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିପାରନ୍ତି। ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ପାଇବେ। ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟରୁ ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନସ୍ତାପ ବଢ଼ି ଯାଇପାରେ।
କନ୍ୟା

ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରି ପରକ୍ଷଣରେ ଅନୁତାପ କରିବାକୁ ପଡ଼ିପାରେ।
ତୁଳା

କର୍ମକ୍ଷେତ୍ରରେ ସମସ୍ୟା ଓ ପ୍ରତିବନ୍ଧକ ଆସିବ ତଥାପି କାମ ଅଟକିବ ନାହିଁ। ପ୍ରତିକ୍ରିୟାଶୀଳ ହେଲେ ମଧ୍ୟ ବନ୍ଧୁଙ୍କ ସମ୍ମୁଖରେ ମନ କଥା କହିବାରେ ପଛେଇ ଯିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା

ସ୍ବାସ୍ଥ୍ୟହାନି ସଙ୍ଗକୁ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କାର୍ଯ୍ୟ ହାସଲ ସକାଶେ ବନ୍ଧୁଙ୍କ ସାହାଯ୍ୟ ଆଶା କରି କୃତକାର୍ଯ୍ୟ ହେବେ। ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅଭାବ ନ ଥିଲେ ମଧ୍ୟ ହଠାତ୍ ପାଖରେ କିଛି ନ ଥିବା କାରଣରୁ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ

କର୍ମକ୍ଷେତ୍ରରେ ସମାଜ କଲ୍ୟାଣମୂଳକ କାମ କରି ଉଚ୍ଚ ପ୍ରଶଂସିତ ହେବେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଭୁଲ୍ ବୁଝାମଣା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ଉଦ୍ଦେଶ୍ୟମୂଳକ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର

ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ

ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ଲାଭକରି କାମ ଗୁଡ଼ିକ ସମ୍ପନ୍ନ କରିପାରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କୌଣସି ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ।
ମୀନ
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ସମ୍ପର୍କରେ ଅବନତି ଘଟିବା ପାଇଁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗି ରହିବ। କେତେକ କ୍ଷେତ୍ରରେ ଜିଦ୍ଖୋର କାରଣରୁ ହଇରାଣ ହୋଇପାରନ୍ତି।
📲 Follow Dharitri – Odisha’s No. 1 Odia Daily 📰✨
Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.