Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ ଥିବେ। ଆର୍ଥିକ ଅବନତିଜନିତ ନିର୍ମାଣ, ନୂତନ କର୍ମାରମ୍ଭ ଅଟକି ଯିବ। କଳା, ସାହିତ୍ୟ, ମନୋରଞ୍ଜନ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ମତାନ୍ତର ଅଶାନ୍ତିର ମାତ୍ରାକୁ ବଢ଼ାଇପାରେ।
ମିଥୁନ
ମିଥୁନ
ଶାରୀରିକ ସୁସ୍ଥତା ସହ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଆଲୋଚନାରେ ଭାଗନେଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ବ୍ୟକ୍ତିଗତ ଭାବରେ ଉପକୃତ ହେବେ। ପରିବାରର ସମର୍ଥନ ଓ ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ମନ ବଳାଇପାରନ୍ତି।
କର୍କଟ
କର୍କଟ
ଆଜି ଆପଣ ଯେଉଁ କର୍ମାରମ୍ଭ କଲେ ମଧ୍ୟ ସଫଳତା ପାଇବେ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା କୌଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। ଭାବପ୍ରବଣ ବଶତଃ ଓଲଟା କଥା କହି ବନ୍ଧୁ ଗହଣରେ ଅପଦସ୍ଥ ହୋଇପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ।
ସି˚ହ
ସି˚ହ
ପରିସ୍ଥିତିରେ ପଡ଼ି ହଠାତ୍‌ ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ। ଈର୍ଷା ପରାୟଣ ବ୍ୟକ୍ତି ମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ସାମାଜିକ ସ୍ତରରେ ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରେ, ପ୍ରକଳ୍ପାରମ୍ଭରେ, ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
କନ୍ୟା
ଯେଉଁ କାମ ହାତକୁ ନେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ ଓ ଆଶାଜନକ ଫଳ ପାଇବେ। କଳା, ସାହିତ୍ୟ, ସାମ୍ବାଦିକତା, ଗବେଷଣା, ଏଜେନ୍ସିପରୁ ଖୁସି ରହିବେ। ଅଚାନକ ଭାବରେ ବନ୍ଧୁଙ୍କ ନିକଟରୁ ଶୁଭଖବର ଶୁଣି ଖୁସି ହେବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ।
ତୁଳା
ତୁଳା
ଦେବଗୁରୁଙ୍କ କୃପାରୁ ସମସ୍ୟା ସମାଧାନ ହୋଇଯିବାର ମାର୍ଗ ଉନ୍ମୁକ୍ତ ହେବ। ଶୁକ୍ରଙ୍କ ପ୍ରଭାବରୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିପାରନ୍ତି। ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଯାତ୍ରା ସହଜସାଧ୍ୟ ରହିବ। ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ସକାଶେ ଦୂରଯାତ୍ରାରେ ଅଭିଳଷିତ ଜିନିଷ ପାଇବେ। ଆର୍ଥିକ ସ୍ଥିତି, ବୈବାହିକ ସମ୍ପର୍କ, ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟହାସଲ କରିବେ।
ଧନୁ
ଧନୁ
ବନ୍ଧୁ ଓ ପରିଜନଙ୍କ ସହିତ ଆପଣଙ୍କୁ ଅଚାନକ ଭ୍ରମଣ ସୁଯୋଗ ଜୁଟିପାରେ। କିନ୍ତୁ ମତଭେଦ କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଠିକ ଭୁଲ୍‌ ବିଚାର ନ କରି କାମ କଲେ ନିଶ୍ଚିତ ଭାବରେ ପ୍ରତାରିତ ହେବେ। ଈର୍ଷାପରାୟଣ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ।
ମକର
ମକର
ବିଭିନ୍ନ ବିଷୟ ଚିନ୍ତାକରି କାମ କରିବାର ସ୍ପୃହା କମିଯିବ। ସତ୍‌ସଙ୍ଗଜନିତ ଧର୍ମକାର୍ଯ୍ୟ ସକାଶେ ମନ ବଳିବ। ଅନ୍ୟମନସ୍କତା କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ରହିଛି। ଶାରୀରିକ ଅସୁସ୍ଥତା କାରଣରୁ କେତେକ କାମ ଅଧୁରା ରହିଯାଇପାରେ।
କୁମ୍ଭ
କୁମ୍ଭ
ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବାରୁ ସାମୟିକ ଖୁସୀ ରହିବେ। ସଭାସମିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ମଜିରହିପାରନ୍ତି। ପରିହାସଯୁକ୍ତ କଥା କର୍ମ କ୍ଷେତ୍ରରେ ସମସ୍ୟା ସୃଷ୍ଟି କରିବାର ସୂଚନା ରହିଛି।
ମୀନମୀନ
ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ କର୍ମକ୍ଷେତ୍ରରେ ଜଣେ ବିଜାତୀୟ ବ୍ୟକ୍ତି ଅସହଯୋଗ କରିପାରେ। ଯେତେ ଭଲ କାମ କରନ୍ତୁନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା କରି ଚଳିବାକୁ ବାଧ୍ୟ ହେବେ। ଶିଳ୍ପ, ପରିବହନ, ରପ୍ତାନି ବାଣିଜ୍ୟରେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?