Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨ ତାରିଖ – Daily Horoscope

ମେଷ
ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‌ଜଷ୍ଟ କରିନେଲେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ କିମ୍ବା ସରକାରୀ କାମରେ ହଠାତ୍‌ ବାହାରକୁ ଯାତ୍ରା କରିବାକୁ ପଡ଼ିପାରେ। ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦ ସମାଧାନର ରାସ୍ତା ସୁଗମ ହୋଇଯିବ।
ବୃଷ
ବୃଷ
ଆପଣଙ୍କୁ କର୍ମଧାରାରେ ପରିବର୍ତ୍ତନ ଆଣିବାକୁ ପଡ଼ିପାରେ। ବିଭିନ୍ନ ପ୍ରକାରର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇପାରନ୍ତି। ଆନୁଷ୍ଠାନିକ କାମ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ପୂର୍ବ ଯୋଜନା ଅନୁଯାୟୀ କାମ କରି କିଛିଟା ସଫଳତା ମଧ୍ୟ ପାଇବେ।
ମିଥୁନ
ମିଥୁନ
ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ବିତର୍କ ସୃଷ୍ଟି ହୋଇପାରେ। ଯାନବାହନ, ଜମିଜମା, ଗୃହସୀମା, ମାଲିମକଦ୍ଦମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗିରହିବ। ପଡ଼ୋଶୀଙ୍କ ସହ ଏକ ସାମାନ୍ୟ କାରଣରୁ ସମ୍ପର୍କ ହାନି ଘଟିପାରେ। ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେଇ କାମ ହାସଲ କରିବେ।
କର୍କଟ
କର୍କଟ
ଆଜିର ଗ୍ରହସ୍ଥିତି ପ୍ରତ୍ୟେକ କାର୍ଯ୍ୟକୁ ସଫଳତାର ଶୀର୍ଷକୁ ନେବାରେ ସାହାଯ୍ୟ କରିବ। ରବିଙ୍କ ପ୍ରଭାବରୁ ଅର୍ଥ ଓ ସମ୍ମାନ ଲାଭରେ ନିଜକୁ ଗୌରବାନ୍ବିତ ମନେକରିବେ। ସଭାସମିତି, ଆନୁଷ୍ଠାନିକ କାମ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ। ସାହିତ୍ୟରେ ଉନ୍ନତି ଓ ଏହା ସହ ବ୍ୟବସାୟରେ ଲାଭବାନ୍‌ ହେବେ।
ସି˚ହ
ସି˚ହ
ଦୀର୍ଘଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ଅନେକାଂଶରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ମିଳିବ।
କନ୍ୟା
ଘଟିଯାଇଥିବା ଘଟଣା ମନରେ ଆଲୋଡ଼ନ ସୃଷ୍ଟି କରିବା ଫଳରେ ସ୍ଥିର ଭାବରେ ରହିପାରିବେ ନାହିଁ। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଶତ୍ରୁତା ଆଚରଣ କରିବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେବ। ପ୍ରତ୍ୟେକ କ୍ଷେତ୍ରରେ ଟେନ୍‌ସନ୍‌ ଦୂର ହେବ ଓ ସୁଖଭ୍ରମଣ ଯୋଗ ରହିଛି।
ତୁଳା
ତୁଳା
ଶିଳ୍ପ, ବାଣିଜ୍ୟରେ କ୍ଷତି, ଯାନବାହନରୁ ଆଘାତ ଏବଂ ବନ୍ଧୁବର୍ଗରେ ମନାନ୍ତର ଘଟିପାରେ। କର୍ମକ୍ଷେତ୍ରରେ କେତେକ କାର୍ଯ୍ୟରେ ବହୁ କଷ୍ଟରେ ସଫଳତା ହାସଲ କରିବାର ଆଶା କରାଯାଇପାରେ। ଜମିଜମା ପ୍ରଭୃତି କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁଁ ସାମୟିକ ବିଚଳିତ ହେବେ।
ବିଛା
ବିଛା
ନିକଟରେ ରହୁଥିବା ଈର୍ଷାଳୁ ବ୍ୟକ୍ତିଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କର୍ମକ୍ଷେତ୍ରରେ ସାହାଯ୍ୟକାରୀ ମନୋବୃତ୍ତି ହେତୁ ସହକର୍ମୀଙ୍କ ସହ ସଦ୍ଭାବ ବୃଦ୍ଧି ହୋଇପାରେ। ଆଜି ଘରକୁ ଫେରିବା ସମୟରେ କିଛି ମୂଲ୍ୟବାନ୍‌ ଜିନିଷ ଆଣିପାରନ୍ତି। ମାଲି ମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ଧନୁ
ଧନୁ
ଘର ଅପେକ୍ଷା ବାହାର ଲୋକ ଆପଣଙ୍କ ପକ୍ଷ ନେବେ। ଅଟକିଥିବା କାମ ହାସଲ ପାଇଁ ଚେଷ୍ଟା କଲେ କେତେକାଂଶରେ ସଫଳ ମଧ୍ୟ ହେବେ। ବାଣିଜ୍ୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ନୂତନ କର୍ମ ସଂସ୍ଥାନ ପାଇଁ ମନ ବଳିବ ଏବଂ ଏଥିପାଇଁ ଜଣାଶୁଣା ବ୍ୟକ୍ତିଙ୍କ ପରାମର୍ଶ ମାନିବା ଠିକ୍‌ ହେବ।
ମକର
ମକର
ସମ୍ପର୍କୀୟ ଲୋକଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାର ସମ୍ମୁଖୀନ ହେବେ। ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ଅନୁରୋଧରେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ, କିନ୍ତୁ ଅସ୍ଥିରତା ଦେଖାଦେବାର ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା ବିଫଳ ହେବ ନାହିଁ।
କୁମ୍ଭ
କୁମ୍ଭ
ଆଜି ଯାହା କରିବାକୁ ଚିନ୍ତା କରିଛନ୍ତି, ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ପରିବହନ, ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ। ସଭାସମିତି, ଆନୁଷ୍ଠାନିକ କାମ ପ୍ରଭୃତିରେ କିମ୍ବା ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ, କିନ୍ତୁ ଠିକ୍‌ ସମୟରେ ଠକି ଦେବେ।
ମୀନମୀନ
ବାରମ୍ବାର ଚେଷ୍ଟା ଦ୍ୱାରା କାର୍ଯ୍ୟ ହାସଲ ହେତୁ ମାନସିକ ସ୍ଥିତି ଭଲ ରହିବ। ପଡ଼ୋଶୀଙ୍କ ପରାମର୍ଶରେ ପାରିବାରିକ ସ୍ଥିତିରେ ସୁଧାର ଆଣିବାକୁ ଚେଷ୍ଟା କଲେ ସଫଳତା ପାଇବେ। କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିବାର ସୂଚନା ରହିଛି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାସଲ ସକାଶେ ଦୂରଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଚନ୍ଦ୍ରଙ୍କ ସହ ରାହୁ ସଂଯୋଗରୁ…

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri