Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି ପ୍ରଶଂସିତ ହେବେ। ପୂର୍ବ ନିର୍ଦ୍ଧାରିତ କର୍ମାରମ୍ଭ ପ୍ରୀତିପଦ ହେବ। କଳା, ସାହିତ୍ୟ, ସାମ୍ବାଦିକତା, ସଭାସମିତି କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କଠାରୁ ଆଦର, ସମ୍ମାନ ପାଇବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗର ସୁଅ ଆପଣାଛାଏଁ ମାଡି ଆସିବ। ଅପେକ୍ଷା କରିଥିବା କାମରେ ନାସ୍ତିସୂଚକ ସୂଚନା ପାଇଲେ ମଧ୍ୟ କାମ କରି ଚାଲନ୍ତୁ, କୃତକାର୍ଯ୍ୟ ହେବେ । ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରୁ ଦୂରେଇ ରହିବାକୁ ବାଧ୍ୟ ହେବେ। ନିଜର କୃତି ଓ କୃତିତ୍ୱ ହେତୁ ବନ୍ଧୁମହଲରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ଅଟକି ରହିଥିବା କାମଟି ବନ୍ଧୁଙ୍କ ମାଧ୍ୟମରେ କାର୍ଯ୍ୟ ହାସଲ କରାଇବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ପୁରସ୍କୃତ ହେବାର ସୌଭାଗ୍ୟ ଜୁଟିବ, ଯାହାକି ଆଦୌ ଆଶା କରି ନ ଥିବେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସାଧନ ନିମନ୍ତେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସାଧାରଣ କଥାରେ ବନ୍ଧୁମାନଙ୍କ ସହ ମତାନ୍ତର ଓ କଳହ ଘଟିବାର ସମ୍ଭାବନା ରହିଛି। ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କ୍ରୀଡ଼ା, ସାହିତ୍ୟ, ପ୍ରକାଶନ, ଆଇନ, ସଭାସମିତିରେ ଲକ୍ଷ୍ୟ ପୂରଣ ହେବ।
ସି˚ହ
ସି˚ହ
ପ୍ରତ୍ୟେକ ସ୍ତରରେ ନିଜକୁ ସୁହାଇଲା ଭଳି କଥା କହିଲେ ମଧ୍ୟ ଅନ୍ୟମାନେ ଗ୍ରହଣ କରିପାରିବେ ନାହିଁ। ଉପରିସ୍ଥ କର୍ମଚାରୀଙ୍କ ଅନୁକମ୍ପା ଲାଭକରି ବିଭିନ୍ନ ପ୍ରତିବନ୍ଧକକୁ ଦୂରେଇଦେବେ। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ମାନସିକ ସ୍ବାସ୍ଥ୍ୟ ଭଲ ରହିବା ସାଙ୍ଗକୁ ସାମାନ୍ୟ ଆଳସ୍ୟ ବୋଧ କରିପାରନ୍ତି।
କନ୍ୟା
ଆବଶ୍ୟକତା ପୂରଣ ସକାଶେ ଅର୍ଥ ଲାଭ ସାଙ୍ଗକୁ ସମସ୍ୟା ସମାଧାନ ସକାଶେ ପ୍ରଯନତ୍ କରିପାରନ୍ତି। ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେଇ କାମ କରିବା ଠିକ୍‌ହେବ। ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ଜମିଜମା ସୀମା ବିବାଦ, ଗୃହନିର୍ମାଣ, ଜମି କିଣାବିକା, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ।
ତୁଳା
ତୁଳା
ପୂର୍ବ ସମସ୍ୟାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ମନ ଭଲ ଲାଗିବ ନାହିଁ। ବନ୍ଧୁଙ୍କ ନିକଟରୁ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅବଶ୍ୟ ହିତୈଷୀ କିମ୍ବା ସହକର୍ମୀଙ୍କ ପରାମର୍ଶରେ ସାମୟିକ ସାନ୍ତ୍ବନା ମିଳିବ। ଗତ କିଛି ଦିନ ହେଲା କିଣି ଆଣିଥିବା ଜିନିଷ ବଦଳାଇବା ପାଇଁ କଷ୍ଟକର ହୋଇପାରେ।
ବିଛା
ବିଛା
କେତେକ ଅପୂରଣୀୟ କାର୍ଯ୍ୟ ସକାଶେ ମନରେ ଭାବାନ୍ତର ସୃଷ୍ଟି ହେବ। ଯେତେ ଚେଷ୍ଟା କଲେ ମଧ୍ୟ ଯୋଜନା କାର୍ଯ୍ୟକାରୀ କଷ୍ଟକର ହେବ। ପ୍ରତିହିଂସା ପରାୟଣ ହୋଇ କିମ୍ବା ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଅଭାବ ନ ଥିଲେ ମଧ୍ୟ କେତେକ ଅନଚ୍ଛାକୃତ କାରଣକୁ ନେଇ ମନ ଭଲ ରହିବ ନାହିଁ।
ଧନୁ
ଧନୁ
ଆନୁଷଙ୍ଗିକ ସାହାଯ୍ୟ ଓ ପ୍ରେରଣା ଲାଭକରି ପ୍ରତ୍ୟେକ କାମରେ ଆଶାନୁରୂପକ ସଫଳତା ହାସଲ କରିବେ। ନିଜ ଲୋକ ଦୂରେଇ ଯିବାରୁ ମଧ୍ୟ ମନଟା ଭଲ ଲାଗିବ ନାହିଁ। ନିଜର କୃତି ଓ କୃତିତ୍ୱ ସକାଶେ ସଭାସମିତିରେ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ପ୍ରଶଂସିତ ହୋଇପାରନ୍ତି। ବିବାଦୀୟ ଘଟଣାରେ ନୀରବ ରହିବା ଆପଣଙ୍କ ସକାଶେ ଭଲ ହେବ।
ମକର
ମକର
କର୍ମକ୍ଷେତ୍ରରେ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିବ। ଆନୁଷ୍ଠାନିକ କାମରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ। ଈର୍ଷାପରାୟଣ ବନ୍ଧୁମାନଙ୍କ ଅସହିଷ୍ଣୁ ମନୋଭାବରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ସ୍ବାର୍ଥସାଧନର କ୍ଷୀଣ ଆଶା ଦେଖି ଆମତ୍ୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ରହିଲେ ଆକସ୍ମିକ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଶତ୍ରୁତା କରୁଥିବା ଲୋକ ବିଶେଷ କିଛି ଅସୁବିଧା କରିପାରିବେନାହିଁ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଆଜିର ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟରୁ ପ୍ରଶଂସିତ ହେବେ।
ମୀନମୀନ
ଆଶା କରୁଥିବା ବନ୍ଧୁଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆଜିର ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ସନ୍ଦେହ ଓ ଭୁଲ୍‌ ବୁଝାମଣାରୁ ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ପରିବାରର ଆବଶ୍ୟକତାକୁ ଅନୁଭବ କରି ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?