Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ଆଜି ଦିନଟିରେ ସହଜ ଓ ସୁବିଧାରେ କାମ ହାସଲ କରିବେ । ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିପାରନ୍ତି ।  ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ପାଇଁ ପରୋକ୍ଷ ଶତ୍ରୁତା ପ୍ରାପ୍ୟଧନରେ ବାଧା ସୃଷ୍ଟି କରିବ ।  ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଆପଣଙ୍କୁ ଅତିଷ୍ଠ କରିପାରେ ।  କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ ।  ପିଲାମାନଙ୍କ ଗୌରବ ସାମୟିକ ସାନ୍ତ୍ୱ୍ବନାର କାରଣ ହେବ ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ଅନ୍ୟମନସ୍କତା କାରଣରୁ ଟଙ୍କା ପଇସା କିମ୍ବା କୌଣସି ଜିନିଷ ହଜିଯାଇପାରେ ।  ପାରିବାରିକ ସମସ୍ୟାକୁ ନେଇ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ ।  ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ ।  ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି ।
କର୍କଟ
କର୍କଟ
ବିଭିନ୍ନ ସମସ୍ୟା ବିଷୟ ଚିନ୍ତାକରି ଆଜିର ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ ।  ଅଶ୍ଳେଷା ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା ସମାଲୋଚିତ ହେବାକୁ ପଡିପାରେ ।  ଆର୍ଥିକ ଦିଗଟି ଭଲ ରହିବ, କିନ୍ତୁ ବାକି ଥିବା ଟଙ୍କା ଫେରି ପାଇବେ ନାହିଁ ।  ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ।
ସି˚ହ
ସି˚ହ
ଅଧିକାଂଶ କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।  କୌଣସି ଆନୁଷ୍ଠାନିକ କାମ କିମ୍ବା କୌଣସି ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି ।  ପୂର୍ବାଫାଲଗୁନୀ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ।  ବ୍ୟବସାୟ, ନିର୍ମାଣ, କାରିଗରୀ, କଣ୍ଟ୍ରାକ୍ଟରୀ, ରପ୍ତାନି ବାଣିଜ୍ୟରେ ଉନ୍ନତି କରିବେ ।
କନ୍ୟା
ଯାହା ପାଇବା ପାଇଁ ଆଶା ବାନ୍ଧି ବସିଛନ୍ତି ତାହା ପାଇବା ପାଇଁ ଲଢେଇ କରିବାକୁ ପଡିପାରେ ।  ବ୍ୟବସାୟରେ ଲାଭ ମିଳିବ; ମାତ୍ର ତାହା ଅନ୍ୟ ଦିଗରେ ବ୍ୟୟ ହୋଇଯିବ ।  ଖାଦ୍ୟର ବିଷମତା ହେତୁ ପେଟ ଗୋଳମାଳ ଦେଖାଦେଇ ପାରେ ।  ହସ୍ତା ନକ୍ଷତ୍ର ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ ।
ତୁଳା
ତୁଳା
ଆଜିର ଯାତ୍ରା ସ୍ଥଗିତ ରହିଯିବ,ବ୍ୟବସାୟରେ ଝଗଡାଜନିତ ମାନସିକ ଅଶାନ୍ତିର ସୂଚନା ରହିଛି ।  ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ ।  ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ ।  ସ୍ବାତୀ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି ।
ବିଛା
ବିଛା
କାମରେ କିଛିଟା ପ୍ରତିବନ୍ଧକ ଲାଗି ରହିଥିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।  ଗାଡି ମରାମତି ଘର ସାଜସଜ୍ଜା,ବ୍ୟବସାୟିକ ଆଲୋଚନାରୁ ସଫଳତା ମିଳିବ ।  ଅଫିସ୍‌ କାମ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।  ଜ୍ୟେଷ୍ଠା ନକ୍ଷତ୍ର ସକାଶେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।
ଧନୁ
ଧନୁ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତା ଅବଶ୍ୟମ୍ଭାବୀ ।  କଳା, ସାହିତ୍ୟ, କ୍ରୀଡା କିମ୍ବା ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ ।  ଉତ୍ତରାଷାଢା ନକ୍ଷତ୍ରର ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ ।  ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡିପାରେ ।
ମକର
ମକର

ମନ ବୁଝିଲା ଭଳି କିଛି ପ୍ରତିଶ୍ରୁତି ଦେଇ କାମ ହାସଲ କରିବେ ।  କୌଣସି ପ୍ରତୀକ୍ଷିତ ଖବରଟି ପଡୋଶୀଙ୍କଠାରୁ ପାଇ ଖୁସି ହେବେ ।  ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ମାନସିକ ଅଶାନ୍ତି ଦେଖା ଦେଇପାରେ ।  ଶ୍ରବଣା ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ ।

କୁମ୍ଭ
କୁମ୍ଭ
ଯାନ ବାହନରେ ଯାତ୍ରାକାଳୀନ ଅପ୍ରୀତିକର ପରିସ୍ଥିିତିର ସାମ୍‌ନା କରିବାକୁ ପଡିପାରେ ।  ଶତଭିଷା ନକ୍ଷତ୍ର ବ୍ୟକ୍ତିବିଶେଷ ପ୍ରଚାରିତ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ ।  ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି ।  ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ମିଳିବ ।
ମୀନମୀନ

ଅତୀତର କୌଣସି ଅଭୁଲା କଥା ମନକୁ ବାରମ୍ବାର ଆଲୋଡିତ କରିବ ।  ଉତ୍ତରଭାଦ୍ର ନକ୍ଷତ୍ର ପାଇଁ ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି ।  ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ ।  ମିତ୍ର ବନ୍ଧୁମାନେ ଅସହଯୋଗ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri