Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ହେଉ କିମ୍ବା ପାରିବାରିକ କ୍ଷେତ୍ର ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ ମଜ୍ଜି ରହିପାରନ୍ତି। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାକୁ ମନ ବଳାଇବେ।
ବୃଷ
ବୃଷ
ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ନିକଟ ସମ୍ପର୍କୀୟଙ୍କୁ ସନ୍ଦେହ କରି କୌଣସି କାମ କରିପାରିବେ ନାହିଁ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ କିମ୍ବା ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ବନ୍ଧୁଙ୍କ ଜରିଆରେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ଲାଭର ସମ୍ଭାବନା ରହିଛି।
ସି˚ହ
ସି˚ହ
ଆଜି ପ୍ରତ୍ୟେକ କାମରେ ସଫଳତା, ବ୍ୟବସାୟରେ ଲାଭ ଏବଂ ବନ୍ଧୁମାନଙ୍କ ସୌହାର୍ଦ୍ଦ୍ୟଲାଭ କରାଇବ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ବନ୍ଧୁମାନଙ୍କ ସହ ଭ୍ରମଣରେ ଯିବାକୁ ପରିବାରରୁ ସମର୍ଥନ ପାଇବେ ନାହିଁ।
କନ୍ୟା
ସମସ୍ୟାବହୁଳ କର୍ମକ୍ଷେତ୍ର ହେତୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ସମସ୍ତ ସୁବିଧା ଥାଇ ମଧ୍ୟ ପାରିବାରିକ ସ୍ତରରେ ଅସୁବିଧା ଭିତରେ ଗତି କରିବାକୁ ପଡ଼ିବ। ଆଜି ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ବିଶେଷ ଭଲ ନ ରହିବା କାରଣରୁ କୌଣସି କାମରେ ମନଯୋଗୀ ହୋଇପାରିବେ ନାହିଁ। ଏଥିସହିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହେବ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ସୂଚନା ରହିଛି।
ଧନୁ
ଧନୁ
ଉଚ୍ଚ ବର୍ଗଙ୍କ ସହାୟତାରେ ଆଜି ଯଥା ସମୟରେ କାର୍ଯ୍ୟଟି ସମ୍ପନ୍ନ ହୋଇଯିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ଦୀର୍ଘଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ଦିନଚର୍ଯ୍ୟା ମଧ୍ୟରେ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଫେରନ୍ତା ବାଟରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ସତର୍କତା ଅବଲମ୍ବନ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ମୀନମୀନ
ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ଆତ୍ମୀୟମାନଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ମାଧ୍ୟମରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିକୁ ଆରମ୍ଭ ପାଇଁ ପଥ ପରିଷ୍କାର କରାଇବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ଅବିଳମ୍ବେ ସଫଳତା ପାଇବେ। ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇ କମ୍‌ ସମୟରେ ସମାଧାନ ହୋଇଯିବ। ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri