Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଆଜି ପୂର୍ଣ୍ଣାତିଥି ଦଶମୀର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି କାମ ଅପୂର୍ଣ୍ଣ ରହିବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବେ। ଦ୍ୱାଦଶସ୍ଥ ମଙ୍ଗଳ ସ୍ବାସ୍ଥ୍ୟ ସମସ୍ୟାର ଆଶଙ୍କାକୁ ବୃଦ୍ଧି କରିବ।
ବୃଷ
ବୃଷ

ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି। ପରକଥାରେ ମୁଣ୍ଡ ପୂରାଇ କାମକଲେ ଅସୁବିଧାର ସମ୍ମୁଖୀନ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଅଧିକାଂଶ ସମୟ ନିଃସଙ୍ଗତାବୋଧ କରିପାରନ୍ତି।

ମିଥୁନ
ମିଥୁନ
ଶନିଦୃଷ୍ଟ ରବି ଓ ବୁଧ ପ୍ରଭାବରେ ଅର୍ଥ ସାହାଯ୍ୟ ଦେବା ସକାଶେ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିସୂଚକ କଥା କହିବେ। ପରିଜନଙ୍କ ଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ। କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାର ସୂଚନା ରହିଛି।
କର୍କଟ
କର୍କଟ
ରାହୁଯୁକ୍ତ ଶୁକ୍ରପ୍ରଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା କାରଣରୁ ଟେନ୍ସନ କିଛି ମାତ୍ରାରେ କମିଯିବ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ଧନାଧିପ ଯୋଗୁ ଅଭାବ ଅନଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେକରିବେ। ସରକାରୀ କାମରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। କଚେରି ମାମଲାର ଶୁଣାଣିରେ ବିଳମ୍ବ ଅସ୍ଥିରତାକୁ ବଢାଇ ଦେଇପାରେ। ପ୍ରକାଶନ, ପ୍ରଶାସନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁତ ଝିନ୍‌ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ। ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
କର୍ମାଧିପ ଅଷ୍ଟମଭାବସ୍ଥ ଯୋଗୁଁ ପରିସ୍ଥିତି ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଚନ୍ଦ୍ରପ୍ରଭାବରୁ ବିନୟ ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ତଥାପି ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସବୁ ଆଡକୁ ନଜର ଦେଇ କାମ କରିବା ଭଲ ହେବ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟାମାନେ ତାହାର କଦର୍ଥ କରିପାରନ୍ତି। ସହଯୋଗ ଅଭାବରୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ଧନୁ
ଧନୁ
ବିପରୀତ ରାଜଯୋଗ ପ୍ରଭାବରୁ ମାନସିକ ସ୍ଥିତି ସୁଦୃଢ ରହିବ ଓ କାମ ହାସଲରେ କିଛି ଅସୁବିଧା ହେବନାହିଁ। ବୃତ୍ତିଗତ ଧନ୍ଦା, ଆଇନଅଦାଲତ ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ଆନୁଷ୍ଠାନିକ କାମରେ ସମ୍ମାନିତ ହେବେ। ନିଜର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାଯ୍ୟ ହାସଲ କରିବେ।
ମକର
ମକର

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧିପାଇବା ଯୋଗୁ ମାନସିକ ଭାରସାମ୍ୟ ହରାଇବେ। ପାପଗ୍ରହଯୁକ୍ତ କର୍ମାଧିପତି ଯୋଗୁ କର୍ମ କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ମନଭୁଲାଣିଆ କଥା କହି ପଡୋଶୀ ସ୍ବାର୍ଥସାଧନ କରିବେ। ସହମତି ଭିତ୍ତିରେ ଯାହାକଲେ ମଧ୍ୟ ସଫଳତା ମିଳିପାରିବ।

କୁମ୍ଭ
କୁମ୍ଭ
କର୍ମାଧିପ ଧନସ୍ଥ ହେତୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଦୃଢ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କଲେ ମଧ୍ୟ ଆପଣଙ୍କର କୌଣସି କ୍ଷତି ହେବନାହିଁ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ଆସିପାରେ।
ମୀନମୀନ

ଶୁକ୍ର ପାପଗ୍ରହ ରାହୁଯୁକ୍ତ ହେତୁ ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟିହେବାର ଆଶଙ୍କା ରହିଛି। ସାମାଜିକ ଜୀବନର ଦୈନିକଚର୍ଯ୍ୟା ମଧ୍ୟରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତିର ପୂର୍ଣ୍ଣ ଆଶା ରହିଛି। ବାଣିଜ୍ୟ,ବ୍ୟବସାୟ, ଭ୍ରମଣ ରାଜନୀତି ଓ ପ୍ରଶାସନ ପାଇଁ ଦିନଟି ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri