Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ
ଆଜି ପୂର୍ଣ୍ଣାତିଥି ଦଶମୀର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୌଣସି କାମ ଅପୂର୍ଣ୍ଣ ରହିବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବେ। ଦ୍ୱାଦଶସ୍ଥ ମଙ୍ଗଳ ସ୍ବାସ୍ଥ୍ୟ ସମସ୍ୟାର ଆଶଙ୍କାକୁ ବୃଦ୍ଧି କରିବ।
ବୃଷ
ବୃଷ

ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି। ପରକଥାରେ ମୁଣ୍ଡ ପୂରାଇ କାମକଲେ ଅସୁବିଧାର ସମ୍ମୁଖୀନ ହେବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଅଧିକାଂଶ ସମୟ ନିଃସଙ୍ଗତାବୋଧ କରିପାରନ୍ତି।

ମିଥୁନ
ମିଥୁନ
ଶନିଦୃଷ୍ଟ ରବି ଓ ବୁଧ ପ୍ରଭାବରେ ଅର୍ଥ ସାହାଯ୍ୟ ଦେବା ସକାଶେ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିସୂଚକ କଥା କହିବେ। ପରିଜନଙ୍କ ଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ। କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାର ସୂଚନା ରହିଛି।
କର୍କଟ
କର୍କଟ
ରାହୁଯୁକ୍ତ ଶୁକ୍ରପ୍ରଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା କାରଣରୁ ଟେନ୍ସନ କିଛି ମାତ୍ରାରେ କମିଯିବ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ଧନାଧିପ ଯୋଗୁ ଅଭାବ ଅନଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେକରିବେ। ସରକାରୀ କାମରେ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। କଚେରି ମାମଲାର ଶୁଣାଣିରେ ବିଳମ୍ବ ଅସ୍ଥିରତାକୁ ବଢାଇ ଦେଇପାରେ। ପ୍ରକାଶନ, ପ୍ରଶାସନ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁତ ଝିନ୍‌ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ। ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ତୁଳା
ତୁଳା
କର୍ମାଧିପ ଅଷ୍ଟମଭାବସ୍ଥ ଯୋଗୁଁ ପରିସ୍ଥିତି ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଚନ୍ଦ୍ରପ୍ରଭାବରୁ ବିନୟ ପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ତଥାପି ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସବୁ ଆଡକୁ ନଜର ଦେଇ କାମ କରିବା ଭଲ ହେବ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟାମାନେ ତାହାର କଦର୍ଥ କରିପାରନ୍ତି। ସହଯୋଗ ଅଭାବରୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ଧନୁ
ଧନୁ
ବିପରୀତ ରାଜଯୋଗ ପ୍ରଭାବରୁ ମାନସିକ ସ୍ଥିତି ସୁଦୃଢ ରହିବ ଓ କାମ ହାସଲରେ କିଛି ଅସୁବିଧା ହେବନାହିଁ। ବୃତ୍ତିଗତ ଧନ୍ଦା, ଆଇନଅଦାଲତ ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ଆନୁଷ୍ଠାନିକ କାମରେ ସମ୍ମାନିତ ହେବେ। ନିଜର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାଯ୍ୟ ହାସଲ କରିବେ।
ମକର
ମକର

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧିପାଇବା ଯୋଗୁ ମାନସିକ ଭାରସାମ୍ୟ ହରାଇବେ। ପାପଗ୍ରହଯୁକ୍ତ କର୍ମାଧିପତି ଯୋଗୁ କର୍ମ କ୍ଷେତ୍ରରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ମନଭୁଲାଣିଆ କଥା କହି ପଡୋଶୀ ସ୍ବାର୍ଥସାଧନ କରିବେ। ସହମତି ଭିତ୍ତିରେ ଯାହାକଲେ ମଧ୍ୟ ସଫଳତା ମିଳିପାରିବ।

କୁମ୍ଭ
କୁମ୍ଭ
କର୍ମାଧିପ ଧନସ୍ଥ ହେତୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଦୃଢ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ। ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କଲେ ମଧ୍ୟ ଆପଣଙ୍କର କୌଣସି କ୍ଷତି ହେବନାହିଁ। ସାମାଜିକ ସ୍ତରରେ ମିଥ୍ୟା ଅଭିଯୋଗ ଆସିପାରେ।
ମୀନମୀନ

ଶୁକ୍ର ପାପଗ୍ରହ ରାହୁଯୁକ୍ତ ହେତୁ ବନ୍ଧୁମାନଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟିହେବାର ଆଶଙ୍କା ରହିଛି। ସାମାଜିକ ଜୀବନର ଦୈନିକଚର୍ଯ୍ୟା ମଧ୍ୟରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତିର ପୂର୍ଣ୍ଣ ଆଶା ରହିଛି। ବାଣିଜ୍ୟ,ବ୍ୟବସାୟ, ଭ୍ରମଣ ରାଜନୀତି ଓ ପ୍ରଶାସନ ପାଇଁ ଦିନଟି ଭଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri