Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେଇ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ରର ଯାତ୍ରାରେ ଟେନ୍ସନ ଲାଗି ରହିବ କିନ୍ତୁ ନିଜର ମନୋବଳ ହେତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିପାରିବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବୃଷ
ବୃଷ
ଦ୍ୱିଜା ନକ୍ଷତ୍ର ସକାଳୁ ସକାଳୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। ପୁରୁଣା ସମ୍ପର୍କ, ଜମିଜମା, ଗାଡିମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ସୁପ୍ରଭାବରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ଅନ୍ୟମାନଙ୍କ ମନକୁ ଆକର୍ଷିତ କରିବ। ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦେକ୍ଷପ ନେବା ସକାଶେ ଚିନ୍ତା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ ଓ କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ଶନିଙ୍କ କେନ୍ଦ୍ରସଂସ୍ଥିତିଜନିତ ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବାର ସୂଚନା ରହିଛି। ଦୀର୍ଘଦିନର ଆଶା ଫଳବତୀ ହେବା କ୍ଷେତ୍ରରେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅଫିସ୍‌ରେ ବ୍ୟସ୍ତ ଥିବା ସମୟରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ସି˚ହ
ସି˚ହ
ସେପରି କିଛି ବଡ ଧରଣର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ। କେତେକ କ୍ଷେତ୍ରରେ ପୂର୍ବାଫାଲଗୁନୀ ପାଇଁ ଆତ୍ମୀୟମାନେ ଆବଶ୍ୟକୀୟ ସହଯୋଗ କରିବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଦୀର୍ଘଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିବେ। ଚିତ୍ରା ନକ୍ଷତ୍ରର ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଅଫିସ୍‌ରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ସ୍ବାତୀ ନକ୍ଷତ୍ର କ୍ରୀଡା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। ବାନ୍ଧବୀଙ୍କ ସହ ଆଳାପ ଆଲୋଚନାରୁ ଏକ ପ୍ରକାର ଖୁସୀ ରହିପାରନ୍ତି।
ବିଛା
ବିଛା
ଆକସ୍ମିକ ଭାବରେ କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାର୍ଯ୍ୟ
ସକାଶେ ଆତ୍ମୀୟମାନଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ।
ଧନୁ
ଧନୁ
ଶତ୍ରୁଯୁକ୍ତ ଚନ୍ଦ୍ରଙ୍କ ଯୋଗୁଁ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଂକଟଜନକ ସ୍ଥିତି ଅପରାହ୍ନରେ ସମାଧାନ ହୋଇଯିବ।
ମକର
ମକର

ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇ ଯିବ ଓ ଆରୋଗ୍ୟ ଲାଭ କରିବେ। ପରିବାରରେ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।

କୁମ୍ଭ
କୁମ୍ଭ
ଆଜି ଅସାବଧାନତା କାରଣରୁ ଧନହାନି ଓ ଅସଂଯମ କଥାବାର୍ତ୍ତାରୁ କଳହର ସୂଚନା ରହିଛି। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ପୂର୍ବଭାଦ୍ରବ ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନମୀନ

ଯେ କୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବହୁତ କଥା କହିବେ। ଆଜି ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri