Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେଇ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ରର ଯାତ୍ରାରେ ଟେନ୍ସନ ଲାଗି ରହିବ କିନ୍ତୁ ନିଜର ମନୋବଳ ହେତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିପାରିବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ବୃଷ
ବୃଷ
ଦ୍ୱିଜା ନକ୍ଷତ୍ର ସକାଳୁ ସକାଳୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। ପୁରୁଣା ସମ୍ପର୍କ, ଜମିଜମା, ଗାଡିମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକୃତ ହେବେ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ସୁପ୍ରଭାବରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ଅନ୍ୟମାନଙ୍କ ମନକୁ ଆକର୍ଷିତ କରିବ। ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦେକ୍ଷପ ନେବା ସକାଶେ ଚିନ୍ତା କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ ଓ କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
କର୍କଟ
କର୍କଟ
ଶନିଙ୍କ କେନ୍ଦ୍ରସଂସ୍ଥିତିଜନିତ ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବାର ସୂଚନା ରହିଛି। ଦୀର୍ଘଦିନର ଆଶା ଫଳବତୀ ହେବା କ୍ଷେତ୍ରରେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅଫିସ୍‌ରେ ବ୍ୟସ୍ତ ଥିବା ସମୟରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ।
ସି˚ହ
ସି˚ହ
ସେପରି କିଛି ବଡ ଧରଣର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ। କେତେକ କ୍ଷେତ୍ରରେ ପୂର୍ବାଫାଲଗୁନୀ ପାଇଁ ଆତ୍ମୀୟମାନେ ଆବଶ୍ୟକୀୟ ସହଯୋଗ କରିବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
କନ୍ୟା
ଦୀର୍ଘଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିବେ। ଚିତ୍ରା ନକ୍ଷତ୍ରର ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଅଫିସ୍‌ରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ସ୍ବାତୀ ନକ୍ଷତ୍ର କ୍ରୀଡା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। ବାନ୍ଧବୀଙ୍କ ସହ ଆଳାପ ଆଲୋଚନାରୁ ଏକ ପ୍ରକାର ଖୁସୀ ରହିପାରନ୍ତି।
ବିଛା
ବିଛା
ଆକସ୍ମିକ ଭାବରେ କର୍ମକ୍ଷେତ୍ରରେ ଏକ ପ୍ରକାର ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାର୍ଯ୍ୟ
ସକାଶେ ଆତ୍ମୀୟମାନଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ।
ଧନୁ
ଧନୁ
ଶତ୍ରୁଯୁକ୍ତ ଚନ୍ଦ୍ରଙ୍କ ଯୋଗୁଁ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଂକଟଜନକ ସ୍ଥିତି ଅପରାହ୍ନରେ ସମାଧାନ ହୋଇଯିବ।
ମକର
ମକର

ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇ ଯିବ ଓ ଆରୋଗ୍ୟ ଲାଭ କରିବେ। ପରିବାରରେ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।

କୁମ୍ଭ
କୁମ୍ଭ
ଆଜି ଅସାବଧାନତା କାରଣରୁ ଧନହାନି ଓ ଅସଂଯମ କଥାବାର୍ତ୍ତାରୁ କଳହର ସୂଚନା ରହିଛି। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ପୂର୍ବଭାଦ୍ରବ ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନମୀନ

ଯେ କୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବହୁତ କଥା କହିବେ। ଆଜି ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସୀ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri