Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ
ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ବ୍ୟବସାୟ, ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ

ପାରିବାରିକ ସମସ୍ୟାକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।

ମିଥୁନ
ମିଥୁନ
ଆଜି ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢିଚାଲିବ। ପିଲାମାନଙ୍କ ବିଷୟ ଚିନ୍ତା କରି ଅସ୍ଥିରତା ଅନୁଭବ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି। ନିର୍ମାଣ କାର୍ଯ୍ୟ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି କେତେକ କାମ କରିବାକୁ ବାଧ୍ୟ ହେବେ। ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍‌ ହୋଇଯିବ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହୋଇପାରନ୍ତି। ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ। ପ୍ରତିଦ୍ୱନ୍ଦ୍ୱିତାରେ ନିଶ୍ଚିତ ବିଜୟ ଲାଭ କରିବେ। ବନ୍ଧୁ ଗହଣରେ ସମ୍ମାନିତ ହୋଇପାରନ୍ତି।
କନ୍ୟା
ଆଜି ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତ ରହିପାରନ୍ତି। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ବ୍ୟବସାୟିକ ସ୍ଥିତି ସୁଦୃଢ ରହିବ ଓ ପରିବହନରେ ମଧ୍ୟ ଲାଭବାନ ହେବେ।
ତୁଳା
ତୁଳା
ଆଜି ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ। ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ ଓ ସ୍ନେହ, ସଦିଚ୍ଛା ଲାଭ କରିବେ। ଶିଳ୍ପ,ବାଣିଜ୍ୟ ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ଦେଖାଯିବ।
ବିଛା
ବିଛା
ଅଧିକାଂଶ ସମୟ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଆର୍ଥିକ ସ୍ଥିତିରେ ଅଭାବ କାର୍ଯ୍ୟହାନିର କାରଣ ହୋଇପାରେ। କ୍ରୀଡା, କଳା ସାହିତ୍ୟ ଓ ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏ ସମାଧାନ ହୋଇଯିବ।
ଧନୁ
ଧନୁ
ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ। ଆଜିର ଯାତ୍ରା, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ। ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। କୌଣସି ନୂତନ କର୍ମାରମ୍ଭ ପାଇଁ ମନ ବଳାଇବେ।
ମକର
ମକର

ଆଜି ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ। ପରିବାରରେ ଶାନ୍ତି ଫେରି ଆସିବ। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ। ନିକଟ ସମ୍ପର୍କୀୟମାନେ ହତାଦର କରିପାରନ୍ତି।

କୁମ୍ଭ
କୁମ୍ଭ
ଯେତେ ପ୍ରକାରର ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି। ହଠାତ୍‌ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ।
ମୀନମୀନ

କର୍ମକ୍ଷେତ୍ରରେ ମିଥ୍ୟାରୋପର ଅଭିଯୋଗ କ୍ରମେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ଗୁରୁ ଦାୟିତ୍ୱ ବହନ କରିବାକୁ ପଡିବ। ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ। ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri